Masthead

ଟିକେଟ୍‌ ନ ମିଳିବାରୁ କୀଟନାଶକ ପିଇ ଦେଇଥିବା ସାଂସଦ ଏ. ଗଣେଶମୂର୍ତ୍ତିଙ୍କ ପରଲୋକ

ତାମିଲନାଡୁ(ବଡ଼ ଖବର ବ୍ୟୁରୋ): ତାମିଲନାଡୁର ଏରୋଡରୁ ବର୍ତ୍ତମାନର ଏମଡିଏମକେ ଏମପି ଏ. ଗଣେଶମୂର୍ତ୍ତିଙ୍କ ପରଲୋକ । ସକାଳ ପ୍ରାୟ ୫ଟା ସମୟରେ କୋଏମ୍ବାଟୁରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ହୃଦ୍‌ଘାତରେ ତାଙ୍କ ମୃତ୍ୟୁ ହୋଇଛି ବୋଲି କୁହାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଲୋକସଭା ନିର୍ବାଚନରେ ଟିକେଟ ନମିଳିବାରୁ ସେ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗତ ରବିବାର ଏ. ଗଣେଶମୂର୍ତ୍ତି ବିଷ ପିଇ ଦେଇଥିଲେ । ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ପ୍ରଥମିକ ଚିକିତ୍ସା ପରେ ତାଙ୍କୁ କୋଏମ୍ବାଟୁରର ଏକ ଘରୋଇ ଡାକ୍ତରଖାନାକୁ ପଠାଯାଇଥିଲା।

ସେଠାରେ ମଧ୍ୟ ତାଙ୍କ ଅବସ୍ଥାରେ କୌଣସି ସୁଧାର ଆସି ନଥିଲା। ଆଉ ଆଜି ଏ. ଗଣେଶମୂର୍ତ୍ତିଙ୍କର ମୃତ୍ୟୁ ହୋଇଛି । ଏ ଗଣେଶମୂର୍ତ୍ତି ତିନି ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏଥର ତାଙ୍କୁ ଟିକେଟ ଦିଆଯାଇ ନଥିଲା। ତାଙ୍କ ବଦଳରେ ଏମଡିଏମକେ ପ୍ରତିଷ୍ଠାତା ଭାଇକୋଙ୍କ ପୁଅ ଦୁରାଇ ଭାଇକୋଙ୍କୁ ଇରୋଡ ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଉଭୟ ଏମ୍‌ଡିଏମ୍‌କେ ଓ ଡିଏମ୍‌କେ ମିଳିତ ଭାବେ ଦୁରାଇଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଛନ୍ତି। ଦଳର ଏହି ନିଷ୍ପତ୍ତି ପରେ ଅସନ୍ତୋଷ ପ୍ରକାଶ କରିଥିଲେ ଏ ଗଣେଶମୂର୍ତ୍ତି। ଏହା ପରେ ସେ କୀଟନାଶକ ପିଇ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା