Masthead

ବୃଦ୍ଧାଙ୍କ ମୃତଦେହ ଠାବ, ହତ୍ୟା ଅଭିଯୋଗ

ଉଦଳା, (ବଡ଼ ଖବର ବ୍ୟୁରୋ): କପ୍ତିପଦା ଥାନା ବେଲଡିହା ଗାଁର ଶର୍ମାମଣୀ ସେଠୀଙ୍କ ମୃତଦେହ ଠାବ ହୋଇଛି । ବୁଧବାର ସକାଳୁ ତାଙ୍କ ଘର ଭିତରୁ ମୃତଦେହ ଉଦ୍ଧାର କରାଯାଇଛି । ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ଶର୍ମାମଣୀଙ୍କ ପୁଅ । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଛେଦ ଲାଗି ପଠାଇ ତଦନ୍ତ ଜାରି ରଖିଛି ପୋଲିସ । ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି ।
ଦୁଇଦିନ ହେବ ଶର୍ମାମଣୀ ଘରୁ ବାହାରକୁ ବାହାରି ନ ଥିଲେ । ବାହାରେ ରହୁଥିବା ତାଙ୍କ ପୁଅଙ୍କୁ ପଡୋଶୀ ଖବର ଦେବା ପରେ ଗାଁକୁ ଆସିଥିଲେ । ତାଙ୍କ ପୁଅ ଆସି କବାଟ ଭାଙ୍ଗଥିଲେ । ଘର ଭିତରେ ଶର୍ମାମଣୀଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ । ଏ ନେଇ କପ୍ତିପଦା ଥାନାକୁ ଖବର ଦେଇଥିଲେ । ଶର୍ମାମଣୀଙ୍କ ଦେହରେ କ୍ଷତ ବିକ୍ଷତ ଚିହ୍ନ ରହିଥିବା ବେଳେ ଘରର ମାଟିକାନ୍ଥ ଭାଙ୍ଗଯାଇଛି । କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ଶର୍ମାମଣୀଙ୍କ ପୁଅ । ପୋଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ