Masthead

ସାପ କାମୁଡ଼ାରେ ଦୁଇ ଭଉଣୀଙ୍କ ମୃତ୍ୟୁ

ସୁବର୍ଣ୍ଣପୁର,(ବଡ଼ ଖବର ବ୍ୟୁରୋ ): ସାପ କାମୁଡାରେ ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ । ଏଭଳି ଏକ ଦୁଃଖଦ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ପଞ୍ଚମହଲା ଗ୍ରାମରେ । ମଙ୍ଗଳବାର ରାତ୍ରିରେ ବାଲଗୋପାଳ ଜଗଦଲାଙ୍କ ଦୁଇ ଝିଅ ନିକିତା ଓ ଅର୍ଚ୍ଚିତା ଖାଇସାରି ସାଙ୍ଗ ହୋଇ ଶୋଇଥିଲେ । ଏହି ସମୟରେ ଏକ ବିଷାକ୍ତ ସାପ ଆସି ଅର୍ଚ୍ଚିତାଙ୍କ କାନକୁ, ନିକିତାଙ୍କ ଗୋଡକୁ କାମୁଡି ଦେଇଥିଲା । ଗୁରୁତର ଅବସ୍ଥାରେ ପରିବାରଲୋକେ ସେମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ସୋନପୁର ପୋଲିସ ମୃତ ଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ଦୁଇ ଭଉଣୀଙ୍କ ମୃତ୍ୟୁରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି