Masthead

ମିଳିଲାନି ଆଶ୍ୱସ୍ତି, 4 ଦିନ ବଢିଲା କେଜ୍ରିଓ୍ବାଲଙ୍କ ରିମାଣ୍ଡ ଅବଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ୱସ୍ତି । ଏପ୍ରିଲ ୧ ତାରିଖ ଯାଏଁ ବଢିଲା ଇଡି ରିମାଣ୍ଡ ଅବଧି । ପ୍ରଥମ ପର୍ଯ୍ୟାୟ ରିମାଣ୍ଡ ଅବଧି ଶେଷ ହେବା ପରେ କେଜ୍ରିଓ୍ବାଲଙ୍କୁ ୨ୟ ପର୍ଯ୍ୟାୟ ରିମାଣ୍ଡରେ ନେଇଛି ଇଡି । ୨୧ ତାରିଖରେ ଗିରଫ ହେବା ପରେ ୨୨ରେ ତାଙ୍କୁ ଦିଲ୍ଲୀ ରାଉଜ ଆଭିନ୍ୟୁ କୋର୍ଟରେ ହାଜର କରଯାଇଥିଲା । ପ୍ରଥମ ପର୍ଯ୍ୟାୟରେ ୬ଦିନ ଅର୍ଥାତ ୨୮ ତାରିଖ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ ପଠାଇଥିଲେ କୋର୍ଟ । ଗତକାଲି ପ୍ରଥମ ପର୍ଯ୍ୟାୟ ରିମାଣ୍ଡ ଶେଷ ହେବା ପରେ ପୁଣି ତାଙ୍କୁ ରାଉଜ ଆଭିନ୍ୟୁ କୋର୍ଟରେ ହାଜର କରାଇଥିଲା କେନ୍ଦ୍ରୀୟ ସଂସ୍ଥା । ଅଧିକ ଜେରାର ଆବଶ୍ୟକତା ଦର୍ଶାଇ ପୁଣି ୭ଦିନ ରିମାଣ୍ଡ ଆବେଦନ କରିଥିଲା ଇଡି ।

୨ୟ ପର୍ଯ୍ୟାୟରେ ତାଙ୍କୁ କୋର୍ଟ ଆଉ ୪ଦିନ ଇଡି ରିମାଣ୍ଡରେ ପଠାଇଛନ୍ତି । ଏବେ ଏପ୍ରିଲ ପହିଲା ପର୍ଯ୍ୟନ୍ତ କେଜ୍ରିଓ୍ବାଲ କେନ୍ଦ୍ରୀୟ ସଂସ୍ଥା ଦ୍ବାରା ଜେରା ହେବେ । ଗୁରୁବାର ଶୁଣାଣି ବେଳେ କେଜ୍ରିଓ୍ବାଲଙ୍କ ପତ୍ନୀ ସୁନିତା କେଜ୍ରିଓ୍ବାଲ ମଧ୍ୟ କୋର୍ଟରେ ପହଞ୍ଚିଥିଲେ । କେଜ୍ରିଓ୍ବାଲଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରମେଶ ଗୁପ୍ତା ପକ୍ଷ ରଖିଥିଲେ । ଏହି କାର୍ଯ୍ୟାନୁଷ୍ଠାନ ସମ୍ପୂର୍ଣ୍ଣ ଉଦ୍ଦେଶ୍ୟମୂଳକ ଓ ରାଜନୈତିକ ଷଡଯନ୍ତ୍ର ବୋଲି ସଲିସେଟର ଜେନେରାଲ ଏସ.ଭି ରାଜୁ ଇଡି ପକ୍ଷରୁ ମାମଲା ପରିଚାଳନା କରି ପ୍ରତିପକ୍ଷଙ୍କ ଅଭିଯୋଗକୁ ଖଣ୍ଡନ କରିଥିଲେ । ପ୍ରାଥମିକ ତଦନ୍ତରେ ଦୁର୍ନୀତି ପ୍ରମାଣ ମିଳିବା ପରେ ହିଁ ଗିରଫଦାରୀ ହୋଇଛି ବୋଲି କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା