Masthead

ହାଇକୋର୍ଟରୁ ଝଟକା ପରେ କଂଗ୍ରେସକୁ ଇନକମ ଟ୍ୟାକ୍ସ ନୋଟିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହାଇକୋର୍ଟରୁ ଝଟକା ପରେ କଂଗ୍ରେସକୁ ଇନକମ ଟ୍ୟାକ୍ସ ନୋଟିସ । ଆୟକର ବିଭାଗ କଂଗ୍ରେସକୁ ୧,୭୦୦ କୋଟି ଟଙ୍କାର ନୋଟିସ ପ୍ରଦାନ କରିଛି। ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ ପୁନଃ ମୂଲ୍ୟାଙ୍କନ ପ୍ରକ୍ରିୟାରେ କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ କରିବାର କିଛି ଘଣ୍ଟା ପରେ ଏହି ନୋଟିସ ମିଳିଛି । ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ନେତା ବିବେକ ଟଙ୍ଖା । ୨୦୧୭-୧୮ ଏବଂ ୨୦୨୦-୨୧ ବର୍ଷ ପାଇଁ ଏହି ନୋଟିସ୍ ପ୍ରଦାନ କରାଯାଇଛି। ଏଥିରେ ଜରିମାନା ଏବଂ ସୁଧ ମଧ୍ୟ ସାମିଲ ରହିଛି। ଗୁରୁବାର ଦିନ ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ କର୍ତ୍ତୃପକ୍ଷଙ୍କ ଦ୍ୱାରା ଚାରି ବର୍ଷ ପର୍ୟ୍ୟନ୍ତ ଟିକସ ପୁନଃ ମୂଲ୍ୟାଙ୍କନ ଆରମ୍ଭ କରିବାକୁ ଚ୍ୟାଲେଞ୍ଜ କରି କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ