Masthead

ବିଜେପିରୁ ନୀଳଗିରି ବିଧାୟକଙ୍କ ଇସ୍ତଫା

ନୀଳଗିରି(ବଡ଼ ଖବର ବ୍ୟୁରୋ): ବିଜେପି ଛାଡ଼ିଲେ ନୀଳଗିରି ବିଧାୟକ । ବିଧାୟକ ସୁକାନ୍ତ ନାୟକଙ୍କ ଇସ୍ତଫା । ୨୦୧୯ରେ ବିଜେପି ଟିକେଟରେ ନିର୍ବାଚିତ ହୋଇଥିଲେ । ମନମୋହନ ସାମଲଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଛନ୍ତି । ଏହାପୂର୍ବରୁ ୨୦୧୪ରେ ବିଜେଡି ଟିକେଟରୁ ମଧ୍ୟ ବିଧାୟକ ହୋଇଥିଲେ ସୁକାନ୍ତ । କିନ୍ତୁ ୨୦୧୯ରେ ଦଳ ଟିକେଟ ନ ଦେବାରୁ ବିଜେପିରେ ସାମିଲ ହୋଇ ଲଢିବା ସହ ବିଧାୟକ ହୋଇଥିଲେ ସୁକାନ୍ତ । ବିଜେପିରୁ ଇସ୍ତଫା ଦେବା ପରେ ସୁକାନ୍ତ ପୁଣିଥରେ ବିଜେଡି ଫେରିପାରନ୍ତି ବୋଲି ଚର୍ଚ୍ଚା ହେଉଛି । ଯେହେତୁ ପୂର୍ବରୁ ବିଜେଡିରୁ ସୁକାନ୍ତ ବିଧାୟକ ରହି ସାରିଛନ୍ତି ତେଣୁ ସେ ପୁଣିଥରେ ବିଜେଡିକୁ ଘରବାହୁଡା କରିବା ନେଇ ଚର୍ଚ୍ଚା ଜୋର ଧରିଛି । ଏହାପୂର୍ବରୁ ବିଜେଡି ଘୋଷଣା କରିଥିବା ବିଧାୟକ ପ୍ରାର୍ଥୀ ତାଲିକାରେ ନୀଳଗିରି ନଥିଲା । ତେଣୁ ବିଜେଡିରେ ସାମିଲ ହେଲେ ନୀଳଗିରିରୁ ସୁକାନ୍ତଙ୍କୁ ପ୍ରାର୍ଥୀ କରିପାରେ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା