Masthead

ଖୁବଶୀଘ୍ର ଆସିପାରେ ବିଜେପିର ପ୍ରାର୍ଥୀ ତାଲିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେପି । ଓଡ଼ିଶାରୁ ବାକି ଥିବା ବିଜେପିର ୩ ଲୋକସଭା ସହ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିପାରେ । ଗୁରୁବାର ବିଳମ୍ବିତ ରାତି ପର୍ୟ୍ୟନ୍ତ ଦିଲ୍ଲୀରେ ବସିଥିଲା କୋର୍ କମିଟି ବୈଠକ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ଅଧ୍ୟକ୍ଷତାରେ ଦୀର୍ଘ ୫ ଘଣ୍ଟା ଧରି ଗୁରୁବାର ଆଲୋଚନା ହୋଇଥିଲା । ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ ଯୋଗ ଦେଇଥିଲେ ।

ବୈଠକରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ୍ ସିଂ ତୋମାର ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ । ଆଉ ସେହି ବୈଠକ ପାଇଁ ଦିଲ୍ଲୀ ଯାଇଥିବା ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ୍ ସିଂ ତୋମାର ଏବଂ ରାଜ୍ୟ ସଭାପତି ମନମୋହନ ସାମଲ ଗତକାଲି ଭୁବନେଶ୍ୱର ଫେରିଛନ୍ତି । ଭୁବନେଶ୍ୱର ଫେରିବା ପରେ ଉଭୟେ କହିଛନ୍ତି, ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ବଳକା ପ୍ରାର୍ଥୀ ସଂପର୍କରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ନିଷ୍ପତ୍ତି ନେବ । ବିଜେପି ଓଡ଼ିଶାରେ ସରକାର ଗଢ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ