Masthead

ସମସ୍ତ ୨୧ ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଓଡ଼ିଶା ଲୋକସଭା ନିର୍ବାଚନ ପାଇଁ ସମସ୍ତ ୨୧ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ପୂର୍ବରୁ ୧୮ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଥିବା ବେଳେ ଆଜି ବାକିଥିବା ଆଉ ୩ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଦଳ କଟକ ଲୋକସଭା ଆସନରୁ ପ୍ରାର୍ଥୀ କରିଛି ।

ଶ୍ରୀ ମହତାବ ଗୁରୁବାର ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ । ବିଜେପି ପକ୍ଷରୁ ଜାରି ଅଷ୍ଟମ ପର୍ୟ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର ବାକି ଥିବା ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି । କନ୍ଧମାଳ ଲୋକସଭା ଆସନ ପାଇଁ ସୁକାନ୍ତ କୁମାର ପାଣିଗ୍ରାହୀ ଓ ଯାଜପୁର ସଂରକ୍ଷିତ ଆସନରୁ ଡାକ୍ତର ରବୀନ୍ଦ୍ର ନାରାୟଣ ବେହେରା ବିଜେପିର ଲୋକସଭା ପ୍ରାର୍ଥୀ ହେବେ । ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟିର ଅନୁମୋଦନ ପରେ ଏହି ପ୍ରାର୍ଥୀ ଘୋଷଣା ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ