Masthead

ବାର୍ଥ ଡେ ହେଲା ଡେଥ ଡେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜନ୍ମଦିନ କେକ୍ ନେଲା ଜୀବନ। ପଞ୍ଜାବ ପଟିଆଲାରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଘଟଣା । ଅନଲାଇନରେ ମଗାଇଥିବା ଜନ୍ମଦିନ କେକ୍ ଖାଇ ନାବାଳିକାଙ୍କର ମୃତ୍ୟୁ ଘଟିଛି। ୧୦ ବର୍ଷୀୟ ନାବାଳିକାର ମୃତ୍ୟୁ ଘଟିଥିବାବେଳେ ସାନ ଭଉଣୀକୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖାଦ୍ୟ ବିଷାକ୍ତୀକରଣରୁ ଏପରି ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। କେକ୍ ଖାଇବା ପରେ ବାନ୍ତି କରି ଅସୁସ୍ଥ ହୋଇପଡିଥିଲେ। ପରେ ଉଭୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ସେଠାରେ ଜଣଙ୍କର ମୃତ୍ୟୁ ଘଟିଥିଲା। ସୂଚନା ଅନୁସାରେ କେକ୍ କାଟିବା ସହ ଝିଅର ଜନ୍ମଦିନ ପାଳନ କରିଥିଲେ ପରିବାର । ତେବେ କେକ୍ ଖାଇବା ପରେ ପରିବାରର ସମସ୍ତେ ଅସୁସ୍ଥ ହୋଇପଡ଼ିଥିଲେ । ବାର୍ଥ ଡେ ଗାର୍ଲ ମାନଭି କେକ୍ ଖାଇବା ପରେ ଗୁରୁତର ଅସୁସ୍ଥ ହୋଇଥିଲା । ଏହାପରେ ପରିବାର ଲୋକେ ତାଙ୍କୁ ହସ୍ପିଟାଲ ନେଇଥିଲେ ବି ତାଙ୍କର ମୃତ୍ୟୁ ହୋଇଥିଲା । ମୃତ ମାନଭିଙ୍କ ଜେଜେଙ୍କ ସୂଚନା ଅନୁସାରେ କେକ୍ ଖାଇବା ପରେ ମାନଭିକୁ ପ୍ରବଳ ଶୋଷ ହୋଇଥିଲା । ସେ ବାରମ୍ବାର ପାଣି ପିଇବା ପରେ ଶୋଇ ପଡ଼ିଥିଲା । ଏହାପରେ ତାକୁ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଥିଲା ।

ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ । ପଟିଆଲାର ‘କେକ୍ ଖାନା’ ନାମକ ବେକେରିରୁ ଏହି କେକ୍ ଅର୍ଡର କରାଯାଇଥିବା ସୂଚନା ମିଳିଛି । ଅଭିଯୋଗ ଅନୁୟାୟୀ ସଂପୃକ୍ତ ବେକେରି ମାଲିକଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ମୃତଦେହ ବ୍ୟବଚ୍ଛେଦ କରାଯାଇଥିବା ବେଳେ କେକ୍ ସାମ୍ପଲ ପରୀକ୍ଷା ପାଇଁ ପଠାଯାଇଛି । କେକରେ ବିଷ ମିଶିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ଗତ ୨୪ ତାରିଖରେ ଏହି ଘଟଣା ଘଟିଥିବା ବେଳେ ଏବେ ସାମ୍ନାକୁ ଆସିଛି । ପରିବାର ଲୋକେ ଅପଲୋଡ କରିଥିବା ବାର୍ଥ ଡେ’ ସେଲିବ୍ରେସନ ବେଳର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା