Masthead

ବନ୍ଦ ଘରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର

ଓଡ଼ପଡ଼ା ,(ବଡ଼ ଖବର ବ୍ୟୁରୋ): ବନ୍ଦ ଘରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଢେଙ୍କାନାଳ ଜିଲ୍ଲା ଓଡ଼ପଡ଼ା ବ୍ଲକ ଅନ୍ତର୍ଗତ ମୋଟଙ୍ଗା ଥାନା କୁରୁଣ୍ଡି ଗ୍ରାମରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ଗ୍ରାମର ଜୈନେକା ୧୨ବର୍ଷର ନାବାଳିକାଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସନ୍ଧ୍ୟାରେ ନାବାଳିକାଙ୍କ ବାପା ମାଆ ସ୍ଥାନୀୟ ଭୁଷଣ ଷ୍ଟିଲରୁ କାମ ସାରି ଘରକୁ ଫେରିବା ପରେ ଝିଅର ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ । ତେବେ ପାରିପାର୍ଶିକ ସ୍ଥିତିରୁ ଏହା ଏକ ଆତ୍ମହତ୍ୟା ନୁହେଁ ହତ୍ୟାକାଣ୍ଡ ଭଳି ମନେ ହେଉଛି । ଘରେ କିଏ ନଥିବା ସମୟରେ ଝିଅକୁ କେହି ଦୁଷ୍କର୍ମ କରି ହତ୍ୟା କରିଥିବା ନେଇ ପରିବାର ଲୋକେ ସନ୍ଦେହ କରୁଛନ୍ତି । ଖବର ପାଇ ମୋଟଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ