Masthead

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ପାରଳାଖେମୁଣ୍ଡି (ବଡ଼ ଖବର ବ୍ୟୁରୋ): ଗଜପତି ଜିଲ୍ଲା ଗୋଷାଣୀ ବ୍ଳକ ଗୁରାଣ୍ଡି ଥାନା ପକ୍ଷରୁ ପାଟ୍ରୋଲିଙ୍ଗ କରୁଥିବା ସମୟରେ କାଇଠଡା ଗ୍ରାମ ଠାରେ ଗୋଟିଏ ଦେଶୀ ବନ୍ଧୁକ ସହ ଜଣକୁ ଗିରଫ କରାଯାଇଥିବା ଜଣାପଡିଛି । ଗୁରାଣ୍ଡି ଥାନା ଅଧିକାରୀ ରବୀନ୍ଦ୍ର ପାତ୍ରଙ୍କ ତତ୍ତ୍ଵାବଧାନରେ ଗୋଷାଣୀ ବଡ଼ ନିଳାପୁରୁ ଗ୍ରାମାଞ୍ଚଳରେ ଗୁରାଣ୍ଡି ପୁଲିସ୍ ଟିମ୍ ପାଟ୍ରୋଲିଙ୍ଗ କରିଥିଲେ । ଏହି ସମୟରେ କାଇଠଡା ଗ୍ରାମାଞ୍ଚଳ ଠାରେ ବିଳମ୍ବିତ ରାତ୍ରରେ ବାହାରେ ବୁଲୁଥିବା ଜଣେ ବ୍ୟକ୍ତିଙ୍କୁ ସନ୍ଦେହରେ ପଚରାଉଚରା କରୁଥିଲେ ।

ଇତି ମଧ୍ୟରେ ତାଙ୍କ ପାଖରେ ଗୋଟିଏ ଦେଶୀ ବନ୍ଧୁକ ଥିବା ଦେଖିବାକୁ ପାଇଥିଲେ । ତୁରନ୍ତ ଅଭିଯୁକ୍ତ ସୁଜନ ମଣ୍ଡଳକୁ ଗିରଫ କରି ଦେଶୀ ବନ୍ଧୁକ ଜବତ କରିଥିଲେ । ଏ ନେଇ ଗୁରାଣ୍ଡି ଥାନାରେ ଏକ ମାମଲା ରୁଜୁ ହୋଇଛି । ଏହାସହ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଆଇନ ବଳରେ ଦଫା ଲାଗିଛି । ଏହି ଘଟଣା ତଦନ୍ତ ଭାର ଏଏସଆଇ ସୁଶାନ୍ତ ଦଳେଇ କରୁଛନ୍ତି । ଗିରଫ ଅଭିଯୁକ୍ତ ସୁଜନ ମଣ୍ଡଳକୁ ଆଜି କୋର୍ଟ ଚାଲାଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା