ବରପୁତ୍ରମାନଙ୍କୁ ମନେ ପକାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଆଜି ଉତ୍କଳ ଦିବସ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୂରିଛି ୮୮ ବର୍ଷ । ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ନୂଆ ପରିଚୟ ପାଇଥିଲା ଆମ ରାଜ୍ୟ ଓଡ଼ିଶା । ପ୍ରତ୍ୟେକ ସ୍ୱାଭିମାନୀ ଓଡ଼ିଆଙ୍କ ପାଇଁ ଏହା ହେଉଛି ଗର୍ବ ଓ ଗୌରବର ଦିନ । ଆଜି ଉଜ୍ଜୀବିତ ହେଉଛି ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ସ୍ମୃତି । ଭାଷା ଭିତ୍ତିରେ ରାଜ୍ୟ ଗଠନ ହେବାରେ ଓଡ଼ିଶା ହେଉଛି ଦେଶର ପ୍ରଥମ ରାଜ୍ୟ । ନବ ଗଠିତ ରାଜ୍ୟ ଭାବେ ମାନଚିତ୍ରରେ ଶୋଭାମଣ୍ଡନ କରିଥିଲା ଓଡ଼ିଶା ।

ଓଡ଼ିଶାର କଳା, ସାହିତ୍ୟ, ସଂସ୍କୃତି, ବାଣିଜ୍ୟ ଓ ପର୍ଯ୍ୟଟନ ବେଶ ସ୍ୱତନ୍ତ୍ର । ଆମର ମନ୍ଦିରରେ କଳା, ଭାସ୍କର୍ଯ୍ୟ ବିଶ୍ୱରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । କୋଣାର୍କରୁ ନେଇ ଲିଙ୍ଗରାଜ ଓଡ଼ିଆର କାରୁକାର୍ଯ୍ୟର ଜ୍ୱଳନ୍ତ ଉଦାହରଣ । ଆମ ଜାତି ଲଢୁଆ ଜାତି । ଆମର ତ୍ୟାଗ, ବଳିଦାନ ଇତିହାସ ବିଦିତ । ଦେଶ ସ୍ୱାଧୀନତାରେ ପାଇକ ସଂଗ୍ରାମର ଭୂମିକା ସର୍ବଦା ଇତିହାସରେ ସ୍ୱର୍ଣ୍ଣିମ ଅକ୍ଷରରେ ଲିପିବଦ୍ଧ ହୋଇ ରହିବ ।

ଉତ୍କଳ ଦିବସ ଓଡ଼ିଆଙ୍କ କାନରେ ଆଜି ବି ଶୁଣାଯାଏ ଗୋଦାବରୀଶଙ୍କ କାଳଜୟୀ କବିତା ଉଠ କଙ୍କାଳ’ ଆଜି ହେଉଛି ଉତ୍କଳ ଦିବସ । ଖଣ୍ଡ ବିଖଣ୍ଡିତ ହୋଇ ରହିଥିବା ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଏକତ୍ର କରି ୧୯୩୬ ମସିହାର ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ପ୍ରଦେଶ । ଜନ୍ମ ନେଇଥିଲା ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ l ବହୁ ଦିନ ଦିନର ସଂଗ୍ରାମ, ଉଦ୍ୟମ ଓ ବହୁ ପରିଶ୍ରମ ପରେ ୮୮ ବର୍ଷ ତଳେ ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଜନ୍ମ ନେଇଥିଲା ଆଧୁନିକ ଓଡ଼ିଶା । ତା’ ଆଗରୁ ଓଡିଆ ଭାଷାଭାଷୀ ଅଞ୍ଚଳର ସ୍ୱତନ୍ତ୍ର ରାଜନୈତିକ ପରିଚୟ ନ ଥିଲା କହିଲେ ଚଳେ । ବିଭିନ୍ନ ଅଞ୍ଚଳ ବ୍ରିଟିଶ ଅମଳର ବିଭିନ୍ନ ପ୍ରେସିଡେନସିରେ ମିଶି କରି ରହିଥିଲା ।

ଦକ୍ଷିଣ ଓଡିଶାର ବହୁ ଅଞ୍ଚଳ ସେତେବେଳର ମାଡ୍ରାସ ପ୍ରେସିଡେନସିରେ ମିଶି କରି କହିଥିବା ବେଳେ ଉତ୍ତର ଓଡ଼ିଶାର ଅନେକ ସ୍ଥାନ ବିହାର ଓ କୋଲକାତା ସହିତ ମିଶିଥିଲା ।ପଶ୍ଚିମରେ ମଧ୍ୟ ସେହିଭଳି ସ୍ଥିତି ଥିଲା । ଓଡ଼ିଶାର ସ୍ୱାଭିମାନ, ଅସ୍ମିତା ଭୂଲୁଣ୍ଠିତ ହୋଇଥିଲା । ସେହି ସମୟରେ ମଧୂସୂଦନ ଦାସ, ଗୋପବନ୍ଧୁ ଦାସ, କୃଷ୍ଣଚନ୍ଦ୍ର ଗଜପତି, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେର, ହରେ କୃଷ୍ଣ ମହତାବ ପରି ବହୁ ବରପୁତ୍ର ମଧ୍ୟ ସବୁ ଓଡ଼ିଆ ଭାଷାଭାଷୀ ଅଞ୍ଚଳକୁ ଏକାଠି କରିବାକୁ ସଂଗ୍ରାମ କରିଥିଲେ ।ସେମାନଙ୍କର ଉଦ୍ୟମ ଫଳବତୀ ହୋଇଥିଲା ୧୯୩୬ ଏପ୍ରିଲ ପହିଲାରେ । ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ । ରାଜ୍ୟ ପାଳୁଛି ୮୯ ତମ ଉତ୍କଳ ଦିବସ । ରାଜ୍ୟ ଗଠନରେ ଯୋଗଦାନ ଦେଇଥିବା ବରପୁତ୍ରଙ୍କୁ ଆଜିର ଦିନରେ ସମସ୍ତ ଓଡ଼ିଶାବାସୀ ସ୍ମରଣ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’