Masthead

ଆଜି ଘୋଷଣା ହୋଇପାରେ ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସବୁ ଆସନରେ ବିଜେପି ଲୋକସଭା ପ୍ରାର୍ଥୀ ଘୋଷଣା କରିସାରିଛି । ହେଲେ ଏ ପର୍ଯ୍ୟନ୍ତ ଗୋଟିଏ ବି ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିନାହିଁ । ତେବେ ଆଜି ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ । କିଏ କେଉଁଠୁ ଲଢିବେ ତାହା ସ୍ପଷ୍ଟ ହୋଇଯିବ । କିଛି ଦିନ ହେବ ଚାଲିଛି ଦଳଡିଆଁ ପର୍ବ । ଅନେକ ନେତା ଗୋଟିଏ ଦଳ ଛାଡି ଅନ୍ୟ ଦଳରେ ସାମିଲ ହେଉଛନ୍ତି ।

ବିଶେଷକରି ବିଜେପିରେ ବହୁ ବିଜେଡି ନେତା ସାମିଲ ହୋଇଛନ୍ତି । ଯେଉଁଥିପାଇଁ ଦଳ ପ୍ରାର୍ଥୀ ଘୋଷଣାରେ ବିଳମ୍ବ ହେଉଥିବା କୁହାଯାଉଛି । କିନ୍ତୁ ନିର୍ବାଚନ ପାଖେଇ ଆସୁଥିବାରୁ ଆଜି କିଛି ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିପାରେ ଦଳ । ସେପଟେ ବିଜେଡି ମଧ୍ୟ ଜାରି କରିପାରେ ଅବଶିଷ୍ଟ ପ୍ରାର୍ଥୀ ତାଲିକା । ୭୨ ବିଧାନସଭା ପ୍ରାର୍ଥୀଙ୍କ ନାମ ଦଳ ଘୋଷଣା କରିସାରିଛି । ବାକି ୭୫ ଆସନ ପାଇଁ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଏକପ୍ରକାର ଶେଷ ହୋଇଥିବା କୁହାଯାଉଛି । ବିଜେପି-ବିଜେଡି ତୁଳନାରେ ପଛରେ ପଡିଯାଇଛି କଂଗ୍ରେସ । ଉଭୟ ଲୋକସଭା ଏବଂ ବିଧାନସଭା ପାଇଁ ଏପର୍ୟ୍ୟନ୍ତ ଗୋଟିଏ ବି ପ୍ରାର୍ଥୀ ଘୋଷଣା କରିନାହିଁ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି