Masthead

ବିଜେଡିରୁ ଇସ୍ତଫା ଦେଲେ ସନ୍ଧ୍ୟାବତୀ ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିସନର ପୂର୍ବତନ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ। ଆଜି ଏ ନେଇ ନିଜେ ସନ୍ଧ୍ୟାବତୀ ସୂଚନା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଇସ୍ତଫା ପତ୍ରରେ ସେ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, ଆମ କଥା ଆପଣଙ୍କ ନିକଟରେ ପହଞ୍ଚି ପାରୁନଥିଲା । ବ୍ୟକ୍ତିଗତ ସ୍ବାର୍ଥ ଥିବା ଏକ ଗ୍ରୁପ୍ ଆପଣଙ୍କୁ ଘେରି ରହୁଛନ୍ତି ।

ଏହି ଗ୍ରୁପ୍ ଘେରିଥିବାରୁ ଆମ କଥା ଆପଣଙ୍କ ନିକଟରେ ପହଞ୍ଚି ପାରୁନାହିଁ । ଆମ ଅଭିଯୋଗ, ପରାମର୍ଶ ଶୁଣିବାକୁ ଆପଣଙ୍କ ଦ୍ବାର ପୂରା ବନ୍ଦ । ସେଥିପାଇଁ ବିଜୁ ଜନତା ଦଳ ଛାଡିବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି । ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅଧୀନସ୍ଥ ମୁନିନ୍ଦା ନିବାସୀ ସନ୍ଧ୍ୟାବତୀ ପ୍ରଧାନ ପୂର୍ବରୁ ପୁରୀ ଜିଲ୍ଲା ପରିଷଦର ସଦସ୍ୟ ଓ ପରେ ଉପାଧ୍ୟକ୍ଷ ଥିଲେ। ସେ ମଧ୍ୟ ଜିଲ୍ଲା ଯୋଜନା କମିଟିର ସଦସ୍ୟ ଭାବେ କାର୍ଯ୍ୟ କରିଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ