ବିଜେପିରେ ଯୋଗଦେଲେ ସାଂସଦ ଅନୁଭବ ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ଯୋଗଦେଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପଦ୍ମ ଧରିଲେ ଅନୁଭବ । ୨ ଦିନ ତଳେ ବିଜେଡି ଛାଡ଼ିଥିଲେ ସିନେ ଷ୍ଟାର ଅନୁଭବ ମହାନ୍ତି । ବିଜେଡିରୁ ଇସ୍ତଫା ଦେବା ପରେ ଅନୁଭବ କେଉଁ ଦଳକୁ ଯିବେ ତାହାକୁ ନେଇ ସସପେନ୍ସ ଲାଗି ରହିଥିଲା। କିନ୍ତୁ ଆଜି ଅନୁଭବ ବିଜେପିରେ ମିଶିଛନ୍ତି। କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ନିଜର ଇସ୍ତଫାପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିଲେ।

ସେ ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ଚାଲିଥିଲା। ଅନୁଭବ ମହାନ୍ତି ବିଜେଡିରୁ ଇସ୍ତଫା ଦେବା ସହ ଲେଖିଥିଲେ ଦଳ ମୁଖିଆଙ୍କୁ ଦେଖା କରିବାର ସୁଯୋଗ ମିଳୁନାହିଁ। ବାପାଙ୍କ ଦେହାନ୍ତ ପରେ ଦଳ ତରଫରୁ କୌଣସି ସମବେଦନା ମିଳିଲା ନାହିଁ। ତେବେ ବିଜେଡି ଛାଡ଼ିଥିଲେ ମଧ୍ୟ ଚଳିତ ନିର୍ବାଚନ ସେ ନିଶ୍ଚୟ ଲଢିବେ ବୋଲି କହିଥିଲେ । ୨୭ ଏପ୍ରିଲ ୨୦୧୩ରେ ବିଜେଡିରେ ସାମିଲ ହୋଇଥିଲେ ଅନୁଭବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ