କଂଗ୍ରେସରୁ ଇସ୍ତଫା ଦେଲେ ବରିଷ୍ଠ ନେତା ଗଣେଶ୍ୱର ବେହେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଲେ ଗଣେଶ୍ୱର ବେହେରା । ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରାଙ୍କ ଇସ୍ତଫା । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ପିସିସି ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଲେ ଗଣେଶ୍ୱର ।  ଇସ୍ତଫାପତ୍ରଟିକୁ ତାଙ୍କ ‘X’ରେ ଶେଆର କରିଛନ୍ତି। ସେଥିରେ ସେ ଲେଖିଛନ୍ତି, ମୁଁ କଂଗ୍ରେସର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି। କଂଗ୍ରେସ ଦଳ ମୋତେ ବିଧାୟକ ତଥା ବିଭିନ୍ନ କର୍ମକର୍ତ୍ତା ଭାବେ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ କୃତଜ୍ଞତା ଜ୍ଞାପନ କରୁଛି।

ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୮୫ରୁ ୧୯୯୦ ଓ ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ ସେ ବିଧାନସଭାର ସଦସ୍ୟ ରହିଥିଲେ। ୨୦୦୦ ଓ ୨୦୦୪ରେ ସେ ପଟ୍ଟାମୁଣ୍ଡାଇରୁ ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ। ୨୦୦୯, ୨୦୧୪ ଓ ୨୦୧୯ରେ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ବିଜେଡି ପ୍ରାର୍ଥୀଙ୍କଠାରୁ ପରାସ୍ତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ