Masthead

ସଞ୍ଜୟ ସିଂଙ୍କୁ ଜାମିନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଆପ ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ବଡ଼ ଆଶ୍ବସ୍ତି। ଦିଲ୍ଲୀ ଏକ୍ସାଇଜ୍ ପଲିସି ମାମଲାରେ ସଂଜୟ ସିଂଙ୍କୁ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ । ଜାମିନ ପ୍ରଦାନ ବେଳେ ସୁପ୍ରିମକୋର୍ଟ ସଞ୍ଜୟ ସିଂଙ୍କୁ ଏହି ମାମଲା ସମ୍ପର୍କରେ ଗଣମାଧ୍ୟମରେ କୌଣସି ବିବୃତ୍ତି ଦେବାକୁ ମନା କରିଛନ୍ତି। ତେବେ ସୁପ୍ରିମକୋର୍ଟ କହିଛନ୍ତି ଯେ ଜାମିନ ସର୍ତ୍ତ ନିମ୍ନ ଅଦାଲତ ନିଷ୍ପତ୍ତି ନେବେ। ଦିଲ୍ଲୀ ଏକ୍ସାଇଜ୍ ପଲିସି ସହ ଜଡିତ ଅର୍ଥ ହେରଫେର ମାମଲାରେ ସଞ୍ଜୟ ସିଂଙ୍କୁ ଜାମିନ ପ୍ରଦାନ କରିବାକୁ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ଆପ ନେତା ଆତିଶି ସ୍ୱାଗତ କରିଛନ୍ତି।

ଜାମିନ ଖବରକୁ ସେୟାର କରି ସେ ଲେଖିଛନ୍ତି, ସତ୍ୟମେବ ଜୟତେ। ସୂଚନା ଥାଉ କି ଅକ୍ଟୋବର ୪ରେ ଦିଲ୍ଲୀ ଏକ୍ସାଇଜ୍ ପଲିସି ମାମଲାରେ ସଞ୍ଜୟ ସିଂଙ୍କୁ ଇଡି ଗିରଫ କରିଥିଲା। ହେଲେ ସଞ୍ଜୟ ସିଂ ଦିଲ୍ଲୀ ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ ମଧ୍ୟ ଏହାକୁ ପ୍ରତ୍ୟାଖ୍ୟାନ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ