Masthead

ଶକ୍ତିଶାଳୀ ଭୂକମ୍ପରେ ଥରିଲା ତାଇୱାନର ହୁଆଲିଏନ୍ ସହର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତାଇୱାନରେ ଶକ୍ତିଶାଳୀ ଭୂକଂପ ଝଟ୍‌କା । ଶକ୍ତିଶାଳୀ ଭୂକମ୍ପରେ ଥରିଲା ତାଇୱାନର ହୁଆଲିଏନ୍ ସହର । ରିକ୍ଟର ସ୍କେଲରେ ଭୂକଂପ ତୀବ୍ରତା ୭.୪ । ଏକାଧିକ କୋଠା ଭୁଶୁଡ଼ି ପଡ଼ିଥିବା ସୂଚନା । ସୁନାମୀ ଆଲର୍ଟ ଜାରି କଲା ପଡ଼ୋଶୀ ଜାପାନ । ସୋମବାର ବିଳମ୍ବିତ ରାତିରେ ଉତ୍ତର ଜାପାନର ଲଓ୍ୱେତ ଓ ଆଓମୋରି ଅଞ୍ଚଳରେ ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ରେକର୍ଡ କରାଯାଇଥିବା ନେଇ ଜାପାନ ପାଣିପାଗ ଏଜେନ୍ସି ପକ୍ଷରୁ ସୂଚନା ଜାରି କରାଯାଇଛି । ଦୀର୍ଘ ୨୫ ବର୍ଷ ମଧ୍ୟରେ ସବୁଠୁ ବଡ ଭୂକମ୍ପ ବୋଲି କୁହାଯାଉଛି । ସମୁଦ୍ର ଜୁଆର ୩ ମିଟର ଉଚ୍ଚତା ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି ।

ଆମେରିକା ଜିଓଲୋଜିକାଲ ସର୍ଭେର ସୂଚନା ଅନୁଯାୟୀ, ଭୂକଂପର କେନ୍ଦ୍ରସ୍ଥଳ ଥିଲା ହୁଆଲିଆନ ସହରର ଦକ୍ଷିଣ ପଟୁ ୧୮ କିଲୋମିଟର ଦୂରରେ । ଏହା ପୂର୍ବରୁ ୧୯୯୯ ସେପ୍ଟେମ୍ବର ମାସରେ ତାଇୱାନରେ ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ଥିଲା ୭.୬ । ସେତେବେଳେ ୨ ହଜାର ୪ ଶହ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ହଜାର ବିଲ୍ଡିଂ ଭୁଶୁଡି ପଡିଥିଲା । ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ଅନ୍ୟପଟେ ଭୂକମ୍ପ ଜନିତ କ୍ଷୟକ୍ଷତି ନେଇ ମଧ୍ୟ କୌଣସି ସୂଚନା ହସ୍ତଗତ ହୋଇନାହିଁ । ଭୂକମ୍ପ ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଯାଇଛି । ଅନ୍ୟପଟେ ସୋମବାର ରାତି ୧୦ଟା ୩୭ ରେ ଦେଶର ହିମାଚଳ ପ୍ରଦେଶ ଲହୌଲ ଓ ସ୍ପିତିରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ