ଫସଲ ବୀମା ଦାବି ନେଇ ରାସ୍ତାରୋକ

ବେଲପଡ଼ା, (ବଡ଼ ଖବର ବ୍ୟୁରୋ): ବଲାଙ୍ଗୀର ଜିଲ୍ଲା ବେଲପଡ଼ା ବ୍ଲକ ସଲଣ୍ଡି ପଞ୍ଚାୟତର ଚାଷୀ ୨୦୧୯ ଫସଲବୀମା ପାଇବାରୁ ବଞ୍ଚିତ ହୋଇଛନ୍ତି । ଏହି ଅଭିଯୋଗ ନେଇ ଆଜି ଚାଷୀମାନେ କଣ୍ଟାବାଞ୍ଜି-ବଲାଙ୍ଗୀର ରାସ୍ତା ଉଡିଙ୍ଗ ଛକଠାରେ ରାସ୍ତାରୋକ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ ସଲଣ୍ଡି ପଞ୍ଚାୟତର ଚାଷୀମାନେ ୨୦୧୯ ଫସଲବୀମାରୁ ବଞ୍ଚିତ ହୋଇଛନ୍ତି। ଏହି ପଞ୍ଚାୟତକୁ ଛାଡ଼ି ଅନ୍ୟ ସବୁ ପଞ୍ଚାୟତର ଚାଷୀ ବୀମା ପାଇଛନ୍ତି ହେଲେ ସଲଣ୍ଡି ପଞ୍ଚାୟତ କାହିଁକି ବୀମାରୁ ବାଦ ପଡ଼ିଛି ବୋଲି ସେମାନେ ପ୍ରଶ୍ନ କରିଛନ୍ତି। ଚାଷୀମାନେ ଅନେକ ସମୟରେ ନିଜ ସମସ୍ୟା ନେଇ ପ୍ରଶାସନକୁ ଅଭିଯୋଗ କରିଛନ୍ତି। କିନ୍ତୁ ପ୍ରଶାସନ କୌଣସି ପଦକ୍ଷେପ ନେଇନାହିଁ । ତେଣୁ ଚାଷୀମାନେ ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିଥିବା କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ