Masthead

ଏପ୍ରିଲ ୭ରେ କେଜ୍ରିୱାଲଙ୍କ ପାଇଁ ଅନଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅବକାରୀ ନୀତି ଦୁର୍ନୀତି ମାମଲାରେ ଇଡି ଦ୍ବାରା ଗିରଫ ହେବା ପରେ ଏବେ ଜେଲରେ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ। ତିହାର ଜେଲର ବାରାକ ନମ୍ବର ୨ ତାଙ୍କର ନୂଆ ଠିକଣା ହୋଇଛି। ଏହାକୁ ବିରୋଧ କରି ଆମ୍ ଆଦମୀ ପକ୍ଷରୁ ଏପ୍ରିଲ ୭ ତାରିଖରେ ଦିଲ୍ଲୀର ଜନ୍ତରମନ୍ତ୍ରର ଠାରେ ଅନଶନ କରିବାକୁ ଯାଉଛି । ଏନେଇ ଆମ୍ ଆଦମୀ ପାର୍ଟିର ନେତା ଗୋପାଳ ରାୟ ସୂଚନା ଦେଇଛନ୍ତି ।

ଏନେଇ ଗୋପାଳ ରାୟ କହିଛନ୍ତି କି, ଯଦି ଦିଲ୍ଲୀ କିମ୍ବା ଅନ୍ୟ ରାଜ୍ୟର ଲୋକ କେଜ୍ରିୱାଲଙ୍କୁ ଭଲ ପାଉଥାନ୍ତି ତେବେ ଏପ୍ରିଲ ୭ ତରିଖରେ କେଉଁଠି ବି ଅନଶନ କରିପାରିବେ । ସେପଟେ କେଜ୍ରିୱାଲଙ୍କ ଗିରଫଦାରୀକୁ ବେଆଇନ କହି ଆପ୍ ନେତ୍ରୀ ଆତିଶୀ ମାରଲେନା ବିଜେପିକୁ ଚେତାବନୀ ଦେଇଛନ୍ତି । ସେ କହିଛନ୍ତି କି, ଆମ୍ ଆଦମୀ ପାର୍ଟିକୁ ସମାପ୍ତ କରିବାକୁ ବିଜେପି ଜାତୀୟ ତଦନ୍ତ ସଂସ୍ଥାଗୁଡିକର ଅପବ୍ୟବହାର କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର