Masthead

‘ଓଡ଼ିଶା ପରିବର୍ତ୍ତନ’ ନାମରେ ଗୀତ ଗାଇଲେ କଣ୍ଠଶିଳ୍ପୀ କୈଳାଶ ଖେର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଚାର ବେଳେ ବାଜିବ ଗୀତ । ଗୀତରେ ଗୀତରେ ଭୋଟ ମାଗିବେ ନେତା । ବିଭିନ୍ନ ଦଳର ରାଜନେତା, ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଜ ନିଜ ସପକ୍ଷରେ ତିଆରି କରୁଛନ୍ତି ଆକର୍ଷଣୀୟ ଗୀତ । ଏସବୁ ଗୀତ ତିଆରିରେ ଲାଗିପଡିଛନ୍ତି ଗୀତିକାର, କଣ୍ଠଶିଳ୍ପୀ ଓ ସଂଗୀତ ନିର୍ଦ୍ଦେଶକ । ଏହାରି ଭିତରେ ଦେଶର ସୁନାମ ଧନ୍ୟ କଣ୍ଠଶିଳ୍ପୀ କୈଳାଶ ଖେର ସାମାଜିକ ଗଣମାଧ୍ୟମ ଜରିଆରେ ହିନ୍ଦୀ ସଙ୍ଗୀତ “ଓଡ଼ିଶା ପରିବର୍ତ୍ତନ” ପୋଷ୍ଟ କରିଛନ୍ତି ।

କୈଳାଶ ଖେର ଏକ୍ସରେ ଟ୍ୱିଟ୍ କରିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥ, ମା’ ସମ୍ବଲେଶ୍ୱରୀ ଓଡ଼ିଶାର ପବିତ୍ର ଭୂମିରେ ସବୁ ଦେବାଦେବୀମାନେ ସଙ୍କେତ ଦେଉଛନ୍ତି ଯେ ପରିବର୍ତ୍ତନ ବିକାଶର ପ୍ରଥମ ସୋପାନ । କୈଳାସ ପରିବାର ତରଫରୁ ସଙ୍ଗୀତ ମାଧ୍ୟମରେ ଏହି ଆଧ୍ୟାତ୍ମିକ ପ୍ରାର୍ଥନା ଓଡ଼ିଶାର ଜନସାଧାରଣଙ୍କୁ ଉପହାର । “ଓଡ଼ିଶା ପରିବର୍ତ୍ତନ” ଆଡକୁ ଗୋଟିଏ ପାଦ ଆଗକୁ କଥାବସ୍ତୁ ଉପରେ ପ୍ରସ୍ତୁତ ହୋଇଥିବା ନିର୍ବାଚନୀ ଗୀତରେ କୈଳାଶ ଖେର ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ ସମଲେଶ୍ୱରୀଙ୍କ ପବିତ୍ର ଭୂମିକୁ ସମୃଦ୍ଧି ଏବଂ ବିକାଶର ଭୂମି କହିଛନ୍ତି ।

ଏହି ପବିତ୍ର ଭୂମିରୁ ପ୍ରଭୁଙ୍କ ଚରଣରେ ପଦ୍ମ ଫୁଟାଇବା ସହ ଓଡ଼ିଶାରେ ପରିବର୍ତ୍ତନ ଆଣିବା ଉପରେ ଗୀତଟି ରଚନା ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିକାଶର କାର୍ଯ୍ୟଶୈଳୀ ଓ ସେମାନଙ୍କ ନେତୃତ୍ୱରେ ସମ୍ବଲପୁର ସମେତ ଓଡ଼ିଶାରେ ବିକାଶର କାର୍ଯ୍ୟ ଉପରେ ଗୀତଟି ପର୍ଯ୍ୟବେସିତ ହୋଇଛି । ଓଡ଼ିଶାର ସଂକଳ୍ପକୁ ଗୀତରେ ପ୍ରତିଫଳିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ