Masthead

ବାଲେଶ୍ବରରୁ ବିଜେଡି ପ୍ରାର୍ଥୀ କିଏ ?

ବାଲେଶ୍ବର(ବଡ଼ ଖବର ବ୍ୟୁରୋ): କିଏ ହେବ ବାଲେଶ୍ବର ବିଜେଡି ସାଂସଦ ପ୍ରାର୍ଥୀ ? ବର୍ତ୍ତମାନର ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଟକ୍କର ଦେବା ପାଇଁ କାହା ଉପରେ ଭରଷା କରିବ ଦଳ । ବିଜୁ ଜନତା ଦଳ ୨୦ଟି ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ କେବଳ ବାଲେଶ୍ୱର ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା ବାକି ରହିଛି । ତେବେ ବାଲେଶ୍ୱର ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ  ପ୍ରାର୍ଥୀ କିଏ ହେବେ ସେନେଇ ନିଷ୍କର୍ଷ ବାହାରି ପାରିନଥିବା ଚର୍ଚ୍ଚା ହେଉଛି ।

ବର୍ତ୍ତମାନର ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ପୁଣି ଥରେ ଭରଷା କରିଛି ଦଳ । ସେପଟେ କଂଗ୍ରେସରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନ ପ୍ରାର୍ଥୀ ହୋଇପାରନ୍ତି ବୋଲି କୁହାଯାଉଛି । ଏପରି ସ୍ଥଳେ ଉଭୟ ହେଭିଓ୍ୱେଟଙ୍କୁ ଟକ୍କର ଦେବା ପାଇଁ ଜଣେ ଟାଣୁଆ ନେତାଙ୍କୁ ଖୋଜୁଛି ଦଳ । ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା ନିର୍ବାଚନ ଲଢିବାକୁ ପୂର୍ବରୁ ମନା କରିଥିଲେ । ତେଣୁ ଦଳର ବିଜୟ ପାଇଁ ରାଜ୍ୟସ୍ତରୀୟ ନେତା ରବୀନ୍ଦ୍ର ଜେନାଙ୍କ ସହ ଆଲୋଚନା କରିଛନ୍ତି । ତାଙ୍କୁ ରାଜି କରାଇ ପୁଣି ଥରେ ପ୍ରାର୍ଥୀ କରିବାକୁ ଉଦ୍ୟମ କରାଯାଉଥିବା କୁହାଯାଉଛି । ଏପରି ସ୍ଥିତିରେ ଦଳ କାହାକୁ ପ୍ରାର୍ଥୀ କରିବ ତାହା ଉପରେ ସାରା ରାଜ୍ୟର ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ