Masthead

ଆଜି ବି ଆକାଶରୁ ହେବ ନିଆଁ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତତଲା ତାୱାରେ ଭାଜି ହେଉଛି ଓଡ଼ିଶା । ତାତି ମିଳୁନି ତ୍ରାହି । ଆଜି ବି ଆକାଶରୁ ହେବ ନିଆଁ ବର୍ଷା । କଲବଲ କରିବ ଖରା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଆଜି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଂଜ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର ଓ ମାଲକାନଗିରି ଜିଲ୍ଲା ପାଇଁ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ହେଲେ ଆସନ୍ତାକାଲିଠାରୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାଗ ବଦଳିବ । ବଙ୍ଗୋପସାଗରରେ ଗୁରୁଚାପ ଯୋଗୁ ଦକ୍ଷିଣା ପବନ ବହିବ । କାଳବୈଶାଖୀ ବର୍ଷା ସହିତ ବିଜୁଳି, ଘଡ଼ଘଡ଼ି ଓ ପବନ ବହିବାର ସମ୍ଭାବନା ରହିଛି । ଗତକାଲି ରାଜଧାନୀ ଭୁବନେଶ୍ୱରରେ ଦିନର ସର୍ବାଧିକ ୪୩ ଦଶମିକ ୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ଯାହାକି ଚଳିତ ବର୍ଷର ସର୍ବାଧିକ ତାପାମାତ୍ରା । ୪୦ଡିଗ୍ରୀ ଉପରେ ୨୫ଟି ସହର ରହିଥିବା ବେଳେ ସର୍ବାଧିକ ତାପମାତ୍ରା ରହିଥିଲା ଭୁବନେଶ୍ୱରରେ ।

ପାରଳାଖେମୁଣ୍ଡିରେ ୪୨ଦଶମିକ ୬, ତାଳଚେର ୪୨ଦଶମିକ ୪, ମାଲକାନଗିରି ଓ ବୌଦ୍ଧରେ ୪୨ଦଶମିକ ୨ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଅନୁଗୁଳରେ ୪୨ଦଶମିକ ୧ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗୀର, ଟିଟିଲାଗଡ଼ ଓ ନୟାଗଡ଼ରେ ତାପମାତ୍ରା ୪୨ଡିଗ୍ରୀ ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି