Masthead

ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ଆଶଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲବଲ କରୁଛି ଖରା । ତିନି ଦିନ ହେବ ଜଳୁଛି ରାଜଧାନୀ । ଆଉଟୁପାଉଟୁ ହେଉଛନ୍ତି ଲୋକେ । ଗତ ଦୁଇ ଦିନର ହିଟ୍ୱେଭ କଣ୍ଡିସନ୍, ସାରା ରାଜ୍ୟକୁ ଅସ୍ତବ୍ୟସ୍ତ କରିପକାଇଲାଣି । ତେବେ ଏବେ ଆଶ୍ୱସ୍ତି କଲାଭଳି ଖବର ଦେଇଛି ପାଣିପାଗ ବିଭାଗ । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ଆକଳନ ଅନୁସାରେ ଆଜି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ତେଣୁ ଅସହ୍ୟ ତାତିରୁ ତ୍ରାହି ମିଳିପାରେ ।

ଆଜି ସକାଳ ୮ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ପାଣିପାଗର ପୂର୍ବାନୁମାନ କରାଯାଇଛି । କେନ୍ଦୁଝର, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୁଳରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । ଏସବୁ ଅଂଚଳରେ କୁଆପଥର ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଘଂଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ସତର୍କ କରାଯାଇଛି ।

ଏଥିସହ ମୟୂରଭଞ୍ଜ, ଦେବଗଡ, ବୌଦ୍ଧ, ନୟାଗଡ ଓ ଖୋର୍ଦ୍ଧର କେତେକ ସ୍ଥାନରେ ବଜୁଳି, ଘଡ଼ଘଡି଼ ସହ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ଆକଳନ କରାଯାଇଛି । ସେହିଭଳି ଆସନ୍ତାକାଲି ୮ ତାରିଖରେ କନ୍ଧମାଳ, କଳାହାଣ୍ଡି ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି । ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ