Masthead

ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ଆଶଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲବଲ କରୁଛି ଖରା । ତିନି ଦିନ ହେବ ଜଳୁଛି ରାଜଧାନୀ । ଆଉଟୁପାଉଟୁ ହେଉଛନ୍ତି ଲୋକେ । ଗତ ଦୁଇ ଦିନର ହିଟ୍ୱେଭ କଣ୍ଡିସନ୍, ସାରା ରାଜ୍ୟକୁ ଅସ୍ତବ୍ୟସ୍ତ କରିପକାଇଲାଣି । ତେବେ ଏବେ ଆଶ୍ୱସ୍ତି କଲାଭଳି ଖବର ଦେଇଛି ପାଣିପାଗ ବିଭାଗ । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ଆକଳନ ଅନୁସାରେ ଆଜି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ତେଣୁ ଅସହ୍ୟ ତାତିରୁ ତ୍ରାହି ମିଳିପାରେ ।

ଆଜି ସକାଳ ୮ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ପାଣିପାଗର ପୂର୍ବାନୁମାନ କରାଯାଇଛି । କେନ୍ଦୁଝର, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୁଳରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । ଏସବୁ ଅଂଚଳରେ କୁଆପଥର ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଘଂଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ସତର୍କ କରାଯାଇଛି ।

ଏଥିସହ ମୟୂରଭଞ୍ଜ, ଦେବଗଡ, ବୌଦ୍ଧ, ନୟାଗଡ ଓ ଖୋର୍ଦ୍ଧର କେତେକ ସ୍ଥାନରେ ବଜୁଳି, ଘଡ଼ଘଡି଼ ସହ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ଆକଳନ କରାଯାଇଛି । ସେହିଭଳି ଆସନ୍ତାକାଲି ୮ ତାରିଖରେ କନ୍ଧମାଳ, କଳାହାଣ୍ଡି ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି । ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ