Masthead

ଚେକ ପୋଷ୍ଟକୁ ଧକ୍କା ଦେଇ ୩୦ ଫୁଟ୍ ତଳକୁ ଖସିଲା ଭ୍ୟାନ୍, ୩ ଗୁରୁତର

ବସ୍ତା(ବଡ଼ ଖବର ବ୍ୟୁରୋ): ଆର ଏମ ସି ମୋବାଇଲ ଚେକ ପୋଷ୍ଟକୁ ଧକ୍କା ଦେଇ ଜାତୀୟ ରାଜପଥରୁ ୩୦ ଫୁଟ ତଳକୁ ଖସି ପଡିଲା ପିକଅପ ଭ୍ୟାନ । ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥର ରାଜଘାଟ ନିକଟରେ । ଡ୍ୟୁଟିରେ ଥିବା ୩ ଜଣ ଆର ଏମ ସି କର୍ମଚାରୀ ଗୁରୁତର । ଆଜି ଭୋର ସମୟରେ ବାଲେଶ୍ବର ପଟୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା କାଗଜ ବୋଝେଇ ଏକ ପିକଅପ ଭ୍ୟାନ ଭାରସାମ୍ୟ ହରାଇ ଚେକ ପୋଷ୍ଟକୁ ଧକ୍କା ଦେଇ ଜାତୀୟ ରାଜପଥ ରୁ ୩୦ ଫୁଟ ତଳକୁ ଖସି ପଡିଥିଲା ।

ଖବର ପାଇ ଘଟଣାସ୍ଥଳରେ ବସ୍ତା ପୋଲିସ ଏବଂ ପେଟ୍ରୋଲିଂ ଭ୍ୟାନ ପହଞ୍ଚି ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଜଳେଶ୍ୱର ହସ୍ପିଟାଲରେ ଭର୍ତ୍ତି କରିଥିଲେ । ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ ବାଲେଶ୍ବର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ପିକଅପ ଭ୍ୟାନର ଡ୍ରାଇଭରକୁ ଅଟକ ରଖି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ