Masthead

ଚେକ ପୋଷ୍ଟକୁ ଧକ୍କା ଦେଇ ୩୦ ଫୁଟ୍ ତଳକୁ ଖସିଲା ଭ୍ୟାନ୍, ୩ ଗୁରୁତର

ବସ୍ତା(ବଡ଼ ଖବର ବ୍ୟୁରୋ): ଆର ଏମ ସି ମୋବାଇଲ ଚେକ ପୋଷ୍ଟକୁ ଧକ୍କା ଦେଇ ଜାତୀୟ ରାଜପଥରୁ ୩୦ ଫୁଟ ତଳକୁ ଖସି ପଡିଲା ପିକଅପ ଭ୍ୟାନ । ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥର ରାଜଘାଟ ନିକଟରେ । ଡ୍ୟୁଟିରେ ଥିବା ୩ ଜଣ ଆର ଏମ ସି କର୍ମଚାରୀ ଗୁରୁତର । ଆଜି ଭୋର ସମୟରେ ବାଲେଶ୍ବର ପଟୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା କାଗଜ ବୋଝେଇ ଏକ ପିକଅପ ଭ୍ୟାନ ଭାରସାମ୍ୟ ହରାଇ ଚେକ ପୋଷ୍ଟକୁ ଧକ୍କା ଦେଇ ଜାତୀୟ ରାଜପଥ ରୁ ୩୦ ଫୁଟ ତଳକୁ ଖସି ପଡିଥିଲା ।

ଖବର ପାଇ ଘଟଣାସ୍ଥଳରେ ବସ୍ତା ପୋଲିସ ଏବଂ ପେଟ୍ରୋଲିଂ ଭ୍ୟାନ ପହଞ୍ଚି ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଜଳେଶ୍ୱର ହସ୍ପିଟାଲରେ ଭର୍ତ୍ତି କରିଥିଲେ । ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ ବାଲେଶ୍ବର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ପିକଅପ ଭ୍ୟାନର ଡ୍ରାଇଭରକୁ ଅଟକ ରଖି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି