Masthead

ପାରିବାରିକ କଳହକୁ କେନ୍ଦ୍ର କରି ଭଉଣୀ ଘରେ ଭାଇଙ୍କୁ ଛୁରୀ ଭୁସି ହତ୍ୟା

ଆସିକା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା କୋଟିନଡା ଥାନା ଜୟପୁର ପଞ୍ଚାୟତ ପଢାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହକୁ କେନ୍ଦ୍ର କରି ଭଉଣୀ ଘରେ ଭାଇଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଛି । ମୃତକ ଜଣକ ହେଲେ ଧରାକୋଟ ଥାନା ତାଳପାଟଣା ଗ୍ରାମର ଋଷି ନାହକ । ମୃତକ ଋଷି ନାହକ ତାଙ୍କ ଭଉଣୀ ଘରକୁ ଆସିଥିଲେ । ଗତକାଲି ସଂଧ୍ୟାରେ ମୃତକ ଋଷିର ଭଉଣୀଙ୍କ ଶ୍ୱଶୁର କାଶୀନାଥ ଓ କାଶୀନାଥର ନାତି ଶିବ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ବୁଡ ଥିବାରୁ ଗ୍ରାମରେ ମଦର ଆସର ହୋଇଥିଲା ।

ମଦ୍ୟପାନ ଯୋଗୁଁ ଉଭୟ କାଶୀନାଥ ଓ ଶିବଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏଥିରେ ମୃତକ ଋଷି ନାହକ ପ୍ରତିବାଦ କରିବାରୁ ଶିବ ଉତକ୍ଷିପ୍ତ ହୋଇ ଏକ ଧାରୁଆ ଛୁରୀର ଭୁଶି ଥିଲା । ଏହି ଘଟଣା ଘଟିବା ପରେ ପରିବାର ଆସିକା ମେଡିକାଲକୁ ଆଣିଥିଲେ । ସେଠାରେ କାର୍ଯ୍ୟରତ ଡାକ୍ତର ମୃତ୍ୟୁ ଘୋଷଣା କରିଥିବା ବେଳେ ଖବର ପାଇ ଆସିକା ଏସଡିପିଓ ଓ କୋଟିନଡା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଶବ ଜଵତ କରିଥିଲେ । କୋଟିନଡା ପୋଲିସ ଶବକୁ ଆସିକା ମେଡିକାଲ ଠାରେ ଶବ ବ୍ୟବଛେଦ ପାଇଁ ପଠାଇ ଥିବା ବେଳେ ଏକ ହତ୍ୟା ମାମଲା ରୁଜୁ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି