Masthead

ସୁରଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): କଂଗ୍ରେସ ବରିଷ୍ଠ ନେତା ସୁରେଶ ରାଉତରାୟଙ୍କୁ କାରଣ ଦର୍ଶାଅ ନୋଟିସ୍ । ବିଜେଡି ସାଂସଦ ପ୍ରାର୍ଥୀ ବନିଥିବା ସାନ ପୁଅ ମନ୍ମଥଙ୍କ ପାଇଁ ପ୍ରଚାର କରିବା ସୁରଙ୍କୁ ପଡ଼ିଲା ମହଙ୍ଗା ।  କାରଣ ସୁରଙ୍କୁ ଏ ସଂପର୍କରେ ଏକ କାରଣ ଦର୍ଶାଅ ନୋଟିସ୍ ପଠାଇଛି ପିସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ।

ସେଥିରେ ଉଲ୍ଲେଖ ଅଛି ଯେ, ବିଜେଡିରେ ଯୋଗ ଦେଇଥିବା ଏବଂ ବିଜେଡି ପକ୍ଷରୁ ନିର୍ବାଚନ ଲଢ଼ୁଥିବା ପୁଅଙ୍କ ସପକ୍ଷରେ ଭୋଟ୍ ପ୍ରଚାର କରିବେ ବୋଲି ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି ସୁରେଶ ରାଉତରାୟ । ଏଭଳି ଦଳ ବିରୋଧୀ କାର୍ଯ୍ୟ ପାଇଁ କାହିଁକି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବ, ସେ ସଂପର୍କରେ ୨୪ ଘଣ୍ଟା ଭିତରେ ଉତ୍ତର ଦେବାକୁ ନୋଟିସରେ ଦର୍ଶାଯାଇଛି। ପିସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ଏହି ନୋଟିସ୍ ଜାରି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ