Masthead

ମଦମୃତ୍ୟୁ ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଅନୁଗୁଳ, (ବଡ଼ ଖବର ବ୍ୟୁରୋ): ମଦମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ବିଭାଗୀୟ ମନ୍ତ୍ରୀ। ତଦନ୍ତ କରି ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ। ଅନୁଗୁଳରେ ମଦ ପିଇ ୪ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ପୂର୍ବରୁ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗତକାଲି ଆଉ ୨ଜଣଙ୍କ ମୃତ୍ୟୁ ହୋଇଛି। ବିଷାକ୍ତ ମଦ ପିଇ ଏମାନଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସେହିପରି ଆଉ କିଛି ଲୋକ ଗୁରୁତର ମଧ୍ୟ ଅଛନ୍ତି। ସେମାନଙ୍କୁ ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଅନ୍ୟପଟେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ଆଜି ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଭେଟି ସମବେଦନା ଜଣାଇଛନ୍ତି। ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ଓ ହରିଶ୍ଚନ୍ଦ୍ର ଯୋଜନାରେ ୨ହଜାର ଟଙ୍କା ପ୍ରଦାନ କରାଯାଇଛି। ବିଧାୟକଙ୍କ ସହ ଅନୁଗୁଳ ଉପଜିଲ୍ଲାପାଳ ବାସୁଦେବ ଶତପଥୀ, ସ୍ଥାନୀୟ ସରପଞ୍ଚ ଓ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି