Masthead

ପିସିସି ନୋଟିସ୍ ପରେ ଲିଖିତ ଉତ୍ତର ରଖିଲେ ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର (ବଡ଼ କବର ବ୍ୟୁରୋ): ମୁଁକୌଣସି ଅନ୍ୟ ଦଳ ପାଇଁ ପ୍ରଚାର କରିନି । କାରଣ ଦର୍ଶାଅ ନୋଟିସ୍ ପାଇବା ପରେ କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟ । କିଛି କାର୍ୟ୍ୟକ୍ରମକୁ ଯାଇଥିବା ବେଳେ ବିଜେଡି ନେତା ଓ ପୁଅ ମନ୍ମଥ ସେଠି ପହଞ୍ଚିଥିଲେ ବୋଲି କହିଛନ୍ତି ସୁର । ସେ କଂଗ୍ରେସ ପାଇଁ ବିଭିନ୍ନ ଅଞ୍ଚଳରେ ପ୍ରଚାର କରିଛନ୍ତି । ହେଲେ ପୁଅ ପାଇଁ ଭୋଟ୍ ଦେବାକୁ ଲୋକଙ୍କୁ କହିଛି ବୋଲି ସୁର କହିଛନ୍ତି ।

ସୁରେଶ ରାଉତରାୟ କହିଛନ୍ତି, ସେ କୌଣସି ଦଳ ପାଇଁ ପ୍ରଚାର କରିନାହାନ୍ତି । କୌଣସି ଦଳର ରାଲିକୁ ଯାଇନାହାନ୍ତି । କୌଣସି ଦଳର ସଭାକୁ ଯାଇନାହାନ୍ତି । ତାଙ୍କ ସାନ ପୁଅ ବିଜେଡିରୁ ଲୋକସଭା ପ୍ରାର୍ଥୀ ହୋଇଛନ୍ତି । ସେଥିପାଇଁ ଭୁବନେଶ୍ୱର ଲୋକସଭା ମଣ୍ଡଳୀରେ କୌଣସି ଦଳର ପ୍ରଚାରକୁ ଯାଇନାହାନ୍ତି କି ଯିବେ ନାହିଁ ବୋଲି କହିଛନ୍ତି । ଏହା ସହ ନିର୍ବାଚନ ମଣ୍ଡଳୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସେ ୫୦ ବର୍ଷ ହେଲା ଯାଉଛନ୍ତି ।

ହେଲେ ସେଥିରେ କୌଣସି ରାଜନୈତିକ ଭାଷଣ ଦେଇନାହାନ୍ତି । ଏପରିକି ସେ ପୁଅ ପାଇଁ ପ୍ରଚାର କରିନାହାନ୍ତି ବୋଲି କହିଛନ୍ତି । ଏଆଇସିସି ଓ ପିସିସି ଯେଉଁ ଦଣ୍ଡ ଦେବେ ସେ ଗ୍ରହଣ କରିବେ ବୋଲି କହିଛନ୍ତି ସୁର । ସୂଚନା ଅନୁସାରେ, ବିଜେଡିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ତଥା ନିଜ ସାନପୁଅ ମନ୍ମଥ ରାଉତରାୟଙ୍କ ପାଇଁ ସୁର ରାଉତରାୟ କ୍ରମାଗତ କ୍ୟାମ୍ପେନ୍ କରୁଥିବା ନଜରକୁ ଆସିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି