Masthead

ଦଳ ଛାଡ଼ିଲେ ନାରାୟଣ ଲୁହା

ସୁବର୍ଣ୍ଣପୁର (ବଡ଼ ଖବର ବ୍ୟୁରୋ): ବୀରମହାରାଜପୁର ବିଜେଡିରେ ପୁଣି ଗୋଷ୍ଠୀ କନ୍ଦଳ ଦେଖିବାକୁ ମିଳିଛି। ବିଜେଡିକୁ ପୁଣି ଲାଗିଛି ଆଉ ଏକ ଝଟ୍‌କା । ଦଳ ଛାଡ଼ିଲେ ଏକାଧିକ ନେତା ଓ କର୍ମୀ। ଆଜି ବିଜେଡି ଛାଡ଼ିଛନ୍ତି ଯୁବ ନେତା ନାରାୟଣ ଲୁହା। ସୁବର୍ଣ୍ଣପୁର ବୀରମହାରାଜପୁରର ଯୁବ ବିଜେଡି ସଭାପତି ଥିଲେ ନାରାୟଣ। ତାଙ୍କ ପତ୍ନୀ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହାଙ୍କ ସମେତ ବହୁ ସରପଞ୍ଚ, ସମିତି ସଭ୍ୟ, ପୂର୍ବତନ ସରପଞ୍ଚ, ସମିତି ସଭ୍ୟ ଏବଂ ବିଜେଡି କର୍ମକର୍ତ୍ତା ବିଜେଡିରୁ ସାମୁହିକ ଇସ୍ତଫା ଦେଇଛନ୍ତି। ନାରାୟଣ ଲୁହା ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ଟିକେଟ୍ ଆଶାୟୀ ଥିଲେ। ତେବେ ବିଜେଡି ପୁଣି ଥରେ ଏଠାରୁ ବିଧାୟକ ପଦ୍ମନାଭ ବେହେରାଙ୍କୁ ପ୍ରାର୍ଥୀ କଲା ପରେ ଅସନ୍ତୋଷ ଦେଖାଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା