Masthead

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ବଡ଼ କବର ବ୍ୟୁରୋ):  ରାଜ୍ୟରେ ବଦଳିଛି ପାଣିପାଗ । ତାତିରୁ ମିଳିଛି ଆଶ୍ୱସ୍ତି । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାତିରୁ ମିଳିଛି ତ୍ରାହି । ସ୍ୱାଭାବିକରୁ ତାପମାତ୍ରା ୫ରୁ ୭ ଡିଗ୍ରୀ କମ ରହିଛି । ଫଳରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୦ ଡିଗ୍ରୀ ତଳେ ରହୁଥିବା ରେକର୍ଡ କରାଯାଇଛି । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ଏଥିପାଇଁ ପାଣିପାଗ ବିଭାଗ ଆସନ୍ତା ଦୁଇଦିନ ପାଇଁ ୟେଲୋ ୱାର୍ଣ୍ଣି ଜାରି କରିଛି । ତେବେ ଆହୁରି ଦୁଇରୁ ତିନି ପର୍ୟ୍ୟନ୍ତ ରାଜ୍ୟରେ ଏହିଭଳି ପାଗ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ