ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀଙ୍କ ୮୮ ତମ ବିଶ୍ଵ ପ୍ରସିଦ୍ଧ ଚଇତି ପର୍ବ ଆଜି ଠାରୁ ଆରମ୍ଭ ହୋଇଛି । ୧୯୩୬ ମସିହା ଠାରୁ ମାଆଙ୍କର ଏହି ଚଇତି ପର୍ବ ମହା ଆଡ଼ମ୍ବରରେ ପାଳିତ ହୋଇଆସୁଛି । ଆଜି ଠାରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ସୁନବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମାଆ । ଏହି ଅବସରରେ ଆଜି ରାତି ପ୍ରାୟ ସାଢେ଼ ଚାରିଟା ସମୟରୁ ମାଆଙ୍କ ସେବାୟତମାନେ ମାଆଙ୍କୁ ପ୍ରଥମେ ମାଜଣା, ମହାସ୍ନାନ, ବଡ଼ ସିଂହାର ବେଶ, ଷୋଡଶ ଉପଚାର ପୂଜା ସମେତ ଯଥା ରୀତିକାନ୍ତିରେ ମାଆଙ୍କର ପୂଜାର୍ଚ୍ଚନା କରି ସାରିବା ପରେ ମାଆଙ୍କୁ ସୁନାବେଶରେ ସଜ୍ଜିତ କରିଥିଲେ ।

ପରେ ଭକ୍ତଙ୍କ ପାଇଁ ମନ୍ଦିର ପହଡ଼ ଖୋଲିଥିଲା । ଚଇତିରେ ମାଆଙ୍କ ସୁନାବେଶ ତା ସହିତ ଆଜି ମାଆଙ୍କର ପ୍ରିୟ ମଙ୍ଗବାର ମଧ୍ୟ । ଏହି ଅବସରରେ ମାଆଙ୍କୁ ଦର୍ଶନ କରିବା ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ