Masthead

ଶଙ୍ଖ ଧରିଲେ ଗୁଲମକ୍କି ହବିବ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ସାମିଲ ହେଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକ୍କି ହବିବ। ତାଙ୍କ ସହ ଶତାଧିକ କର୍ମୀଙ୍କ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ସାମିଲ ହୋଇଛନ୍ତି । ୨୦୨୨ ପୌର ନିର୍ବାଚନରେ ସ୍ୱାଧୀନ ଭାବେ ଭଦ୍ରକରୁ ଜିତିଥିଲେ ଗୁଲମକ୍କି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ସମସ୍ତଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ।

ଭଦ୍ରକ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ସଞ୍ଜୟ ଦାସବର୍ମା କହିଛନ୍ତି ଗୁଲମୁଖୀ କେବେଳ ଜଣେ ଦୃଢ଼ ସଂଗଠକ ନୁହନ୍ତି, ଜଣେ ମୁସଲମାନ ମହିଳା ଯିଏ ବିପୁଳ ଭୋଟ ପାଇ ନିର୍ବାଚିତ ହୋଇଥିଲେ । କେବଳ ଭଦ୍ରକ ପୌର ପରିଷଦ ନୁହେଁ, ଲଢୁଆ ନେତ୍ରୀ ଭାବେ ସାରା ରାଜ୍ୟରେ ତାଙ୍କ ସୁନାମ ରହିଛି । ସାଂସଦ ସସ୍ମିତ ପାତ୍ର କହିଛନ୍ତି ଆଜି ବିଜୁ ପରିବାରକୁ ଗୁଲମୁଖୀ ଓ ତାଙ୍କୁ ସମର୍ଥକଙ୍କ ଯୋଗଦାନ ଜଣାଉଛି ମୁଖ୍ୟମନ୍ତ୍ରୀଙ୍କ ଧର୍ମ ନିରପେକ୍ଷତା ଓ ଭିଜନ ୨୦୩୬ ରେ ବଡ଼ ଅବଦାନ ରହିବ । ନବୀନ ପଟ୍ଟନାୟକ ମହିଳା ସଶକ୍ତିକରଣରେ ବିଶ୍ୱାସ କରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି