Masthead

ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ପାଣିପାଗ ବିଭାଗର ସୂଚନା ଅନୁସାରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର, ଅନୁଗୁଳ, ଦେବଗଡ଼ ଜିଲ୍ଲାର ଅନେକ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ଭୁବନେଶ୍ୱର କଟକରେ ମଧ୍ୟ ହାଲୁକା ବର୍ଷା ସହିତ ମେଘୁଆ ପାଗ ରହିଛି । ଅନେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ମାରୁଥିବାରୁ ଆସନ୍ତା କିଛି ଘଣ୍ଟା ଘରୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ସେପଟେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବରଗଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ଦେବଗଡ଼କୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ