Masthead

ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ପାଣିପାଗ ବିଭାଗର ସୂଚନା ଅନୁସାରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର, ଅନୁଗୁଳ, ଦେବଗଡ଼ ଜିଲ୍ଲାର ଅନେକ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ଭୁବନେଶ୍ୱର କଟକରେ ମଧ୍ୟ ହାଲୁକା ବର୍ଷା ସହିତ ମେଘୁଆ ପାଗ ରହିଛି । ଅନେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ମାରୁଥିବାରୁ ଆସନ୍ତା କିଛି ଘଣ୍ଟା ଘରୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ସେପଟେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବରଗଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ଦେବଗଡ଼କୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ