Masthead

ପବିତ୍ର ଇଦ୍ ଉଲ ଫିତର, ସମୂହ ନମାଜ ପାଠ କରୁଛନ୍ତି ମୁସଲମାନ ଭାଇଭଉଣୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଇଦ୍ ଉଲ ଫିତର। ସାରା ଭାରତରେ ଇଦ୍ ଉତ୍ସବ ପାଳନ ହେଉଛି। ରମଜାନ ମାସ ପୂରଣ ହେବା ପରେ ଆଜି ଇଦ ପାଳନ କରୁଛନ୍ତି ଇସଲାମ ଭାଇଭଉଣୀ। ମସଜିଦରେ ଇସଲାମ ଧର୍ମାବଲମ୍ବୀଙ୍କ ଗହଳି ଲାଗିଛି। ସମୂହ ନମାଜ ପାଠ କରୁଛନ୍ତି ମୁସଲମାନ ଭାଇଭଉଣୀ। ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି ପର୍ବ ପାଳନ କରୁଛନ୍ତି ଇସଲାମ ଧର୍ମାବଲମ୍ବୀ। ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଉଛନ୍ତି। ଓଡ଼ିଶାରେ ମଧ୍ୟ ବିଭିନ୍ନ ମସଜିଦରେ ଇଦ୍ ପାଳନ କରାଯାଉଛି। ସାଙ୍ଗସାଥୀ ଓ ବନ୍ଧୁବାନ୍ଧବଙ୍କ ସହ ଇଦ୍ ପାଳନ କରୁଛନ୍ତି ମୁସଲମାନ ସମ୍ପ୍ରଦାୟ। ମୁସଲମାନ ଭାଇଭଉଣୀମାନେ ସମୂହ ନମାଜ ପାଠ କରିବା ସହ ପରସ୍ପରକୁ ଆଲିଙ୍ଗନ କରି ଇଦର ଶୁଭେଚ୍ଛା ଜଣାଇଛନ୍ତି । ରାଜଧାନୀ ଭୁବନେଶ୍ଵର ଓ ଭାଇଚାରାର ସହର କଟକରେ ବିଭିନ୍ନ ସମ୍ପ୍ରଦାୟର ଲୋକ ମିଳିତ ଭାବରେ ଇଦ୍ ଶୁଭେଚ୍ଛା ଜଣାଉଛନ୍ତି। ସହରର ଦରଘାରେ ନମାଜ ପାଠ ସହ ଆଲିଙ୍ଗନ କରି ଇଦ୍ ମୁବାରକ ଜଣାଉଛନ୍ତି। ବଳିଦାନର ଏହି ପର୍ବକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବାକୁ କମିଶନରେଟ ପୋଲିସ ଓ ସିଏମସି, ବିଏମସି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା