Masthead

୨ ବିଧାୟକଙ୍କ ରଦ୍ଦ ହେଲା ସଭ୍ୟପଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨ ବିଧାୟକଙ୍କ ରଦ୍ଦ ହେଲା ସଭ୍ୟପଦ । ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ ହୋଇଛି । ଜୟଦେବ ବିଧାୟକ ହେଉଛନ୍ତି ଅରବିନ୍ଦ ଢାଲି । ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ । ସଭ୍ୟପଦ ରଦ୍ଦ ନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି । ସଭ୍ୟପଦ ରଦ୍ଦ ନେଇ ବାଚସ୍ପତିଙ୍କୁ ହୋଇଥିଲା ଚିଠି । ଦୃଷ୍ଟି ଆକର୍ଷଣ କରିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ । ଉଭୟ ବିଜେଡି ଛାଡ଼ି ବିଜେପିରେ ହୋଇଛନ୍ତି ସାମିଲ । ଅରବିନ୍ଦ ଢାଲି ଏବଂ ପ୍ରେମାନନ୍ଦ ନାୟକଙ୍କ ବିଧାନସଭା ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।

ସମ୍ବିଧାନର ନିୟମ ମୁତାବକ କାର୍ଯ୍ୟାନୁଷ୍ଠାନ ନେବା ସହିତ ବାଚସ୍ପତି ପ୍ରମିଳା ମଲ୍ଲିକ ଜୟଦେବ ବିଧାୟକ ଓ ତେଲକୋଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି । ଏହି ଦୁଇ ବିଧାୟକ ବିଜେଡି ଛାଡିବା ପରେ ମାର୍ଚ୍ଚ ୧୮ ତାରିଖରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଏନେଇ ବାଚସ୍ପତିଙ୍କ ପାଖରେ ପିଟିସନ୍ ଦାୟର କରିଥିଲେ । ଶୁଣାଣି ପାଇଁ ଦୁଇ ବିଧାୟକଙ୍କୁ ଏଥିପାଇଁ ନୋଟିସ୍ କରାଯାଇଥିଲା । ହେଲେ ନୋଟିସର କୌଣସି ଉତ୍ତର ଖିନଥିଲେ ଦୁଇ ବିଧାୟକ । ଏହାପରେ ବାଚସ୍ପତି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି । ତେବେ ନିକଟରେ ଏହି ଦୁଇ ବିଧାୟକ ବିଜେଡି ଛାଡି ବିଜେପିରେ ସାମିଲ ହେଇଛନ୍ତି । ଏପରିକି ଅରବିନ୍ଦ ଢାଲିଙ୍କୁ ବିଜେପି ଜୟଦେବ ଆସନରୁ ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ମଧ୍ୟ ଘୋଷଣା କରିଥିଲା । ଅନ୍ୟପଟେ ପ୍ରେମାନନ୍ଦ ମଧ୍ୟ ଟିକେଟ୍ ପାଇବା ପାଇଁ ରେସରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼