Masthead

ପ୍ରତିଶ୍ରୁତି ଦେଇ ବିଜେଡି ମୋ ସହ ବିଶ୍ୱାସଘାତକତା କରିଛି: କୈଳାଶ କୁଲେସିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ, ବିଜେପିରେ ମିଶିଲେ । କୈଳାଶ ଚନ୍ଦ୍ର କୁଲେସିକା ବିଜେପିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି । କୋରାପୁଟ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ଥିଲେ କୈଳାଶ କୁଲେସିକା । ରାଜ୍ୟ ବିଜେପି ସଭାପତି ଓ ଅନ୍ୟ ପଦାଧିକାରୀଙ୍କ ଉପସ୍ଥିତିରେ କୈଳାସ ବିଜେପିରେ ସାମିଲ ହୋଇଛନ୍ତି । ତାଙ୍କ ସହ ବ୍ଲକ ବିଜେଡି ସଭାପତି ପ୍ରମୋଦ ଖରା ଏବଂ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ଶତାଧିକ ସମର୍ଥକ ବିଜେପିରେ ସାମିଲ ହୋଇଛନ୍ତି। ପୂର୍ବରୁ ସେ ବିଜେଡିରେ ଥିଲେ ।

ବିଜେପିରେ ସାମିଲ ହେବା କୈଳାଶ କୁଲେସିକା କହିଛନ୍ତି ଲକ୍ଷ୍ମୀପୁର ପାଇଁ ବିଜେଡି ଟିକେଟ ଘୋଷଣାକୁ ନେଇ ମୁଁ ନିରାଶ। ପ୍ରତିଶ୍ରୁତି ଦେଇ ବିଜେଡି ମୋ ସହ ବିଶ୍ୱାସଘାତକତା କରିଛି । ଲକ୍ଷ୍ମୀପୁରରୁ ଟିକେଟ ଦେବାକୁ ପ୍ରତିଶ୍ରୁତି ଦେଇ ମୋତେ ଦଳରେ ମିଶାଇ ଥିଲେ। କିନ୍ତୁ ଏବେ ଟିକେଟ ନ ଦେଇ ସରକାର ଗଠନ ପରେ ଏସ୍‌ଡିସି ଦେବେ କହୁଛନ୍ତି। ପୁଣି ମୋତେ କୋଟିଏ ଟଙ୍କାର ପ୍ରଲୋଭନ ଦେଖାଉଛନ୍ତି।

ମୋତେ ଯେଉଁ ଆଘାତ ଦେଇଛନ୍ତି ଲୋକେ ଏହାର ପ୍ରତିଶୋଧ ନେବେ’ ବୋଲି କହିଛନ୍ତି କୈଳାସ କୁଲେସିକା । ସୂଚନା ଅନୁସାରେ କୈଳାଶ କୁଲେସିକା ବିଜେଡିରେ ଥିଲେ । ଲକ୍ଷ୍ମୀପୁର ବିଧାନସଭା ଆସନ ପାଇଁ ବିଜେଡି ଟିକେଟ୍‌ ଆଶୟୀ ଥିଲେ । କିନ୍ତୁ ଗତକାଲି ବିଜେଡି ତାଙ୍କୁ ଟିକେଟ୍‌ ଦେଇନଥିଲା। ତାଙ୍କ ବଦଳରେ ପ୍ରଭୁ ଜାନିଙ୍କୁ ଭରସା କରିଥିଲା ବିଜେଡି। ତେବେ ଟିକେଟ୍‌ ନ ମିଳିବାରୁ ସେ ଗତକାଲି ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ