Masthead

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଘର ବାହାରେ ଫୁଟିଲା ଗୁଳି

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଘର ଆଗରେ ଗୁଳିମାଡ଼ । ସଲମାନଙ୍କ ମୁମ୍ବାଇ ସ୍ଥିତ ଘର ବାହାରେ ଗୁଳି ମାଡ଼ର ଶବ୍ଦ ଶୁଣିବାକୁ ମିଳିଛି । ବାଇକରେ ଆସି ଗୁଳିମାଡ କଲେ ଦୁଇ ଦୁର୍ବୃତ୍ତ । ଭୋର ସମୟରେ ସଲମାନଙ୍କ ଘର ବାହାରେ ଗୁଳିମାଡ ହୋଇଥିଲା ମୁମ୍ବାଇ ପୋଲିସ ସୂଚନା ଦେଇଛି । ଗୁଳିମାଡ କରିଥିବା ଦୁଇ ଦୁର୍ବୃତ୍ତଙ୍କୁ ଧରିବାକୁ ତଦନ୍ତ ଆରମ୍ଭ କରିଛି ମୁମ୍ବାଇ ପୋଲିସ । ସଲମାନ ଖାନଙ୍କ ବାନ୍ଦ୍ରା ଘର ବାହାରେ ୪ ରାଉଣ୍ଡ ଗୁଳି କରି ଫେରାର ହୋଇଯାଇଥିଲେ ଦୁର୍ବୃତ୍ତ । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ଭୋର ସମୟରେ ଦୁଇ ଜଣ ବ୍ୟକ୍ତି ଦ୍ରୁତ ଗତିରେ ବାଇକରେ ଆସି ଗାଲାକ୍ସି ଆପାର୍ଟମେଣ୍ଟ ସାମ୍ନାରେ ଅତିକମରେ ଚାରି ରାଉଣ୍ଡ ଗୁଳି ଚଳାଇଥିଲେ ।

ତେବେ କିଏ ଓ କାହିଁକି ସଲମାନଙ୍କ ଘର ଆଗରେ ଗୁଳିମାଡ କଲା ତାର କାରଣ ଅସ୍ପଷ୍ଟ ରହିଛି । ପୂର୍ବରୁ ଅନେକ ଥର ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଷ୍ଣୋଇ ସଲମାନ ଖାନଙ୍କୁ ଧମକ ଦେଇଛି । ବିଗତ କିଛି ବର୍ଷ ମଧ୍ୟରେ ସେ ଏବଂ ତାଙ୍କ ପିତା ସଲିମ ଖାନଙ୍କୁ ହତ୍ୟା କରିବାକୁ ବିଭିନ୍ନ ଉପାୟରେ ଧମକ ଦିଆଯାଇଛି । ଗୁଳିକାଣ୍ଡ ସମୟରେ ସଲମାନ ଖାନ ଘରେ ଥିଲେ ନା ବାହାରେ ତାହା ଜଣାପଡିନାହିଁ । ବାନ୍ଦ୍ରା ପୋଲିସର ଏକ ଟିମ୍ ଖାନ ପରିବାରକୁ ଯାଇ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି ଏବଂ ଆଖପାଖରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପୋଲିସ ଏହି ଅଞ୍ଚଳରେ ଥିବା ସିସିଟିଭି ଫୁଟେଜ ଯାଞ୍ଚ କରୁଛି, ଗୁଳି ଚଳାଇଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ ତଦନ୍ତ ଜାରି ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି