Masthead

ଆଜିଠୁ ୪ଦିନ ଜଳିବ ସାରା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଅସମ୍ଭାଳ ହେବ ଗ୍ରୀଷ୍ମ ପ୍ରବାହ । । ତାତି ସାଙ୍ଗକୁ ଛଟପଟ କରିବ ଗୁଳୁଗୁଳି । ଆଜିଠୁ ୪ଦିନ ଜଳିବ ସାରା ଓଡ଼ିଶା । ଅଧିକାଂଶ ସ୍ଥାନରେ ପାରଦ ୪ରୁ ୬ ଡିଗ୍ରୀ ସେଲସିୟସ୍ ଯାଏ ବଢ଼ିବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟକୁ ଉତ୍ତର ତଥା ଉତ୍ତର-ପଶ୍ଚିମ ଓ ପଶ୍ଚିମ ଦିଗରୁ ଶୁଷ୍କ ପବନ ପ୍ରବାହ ବୃଦ୍ଧି ପାଉଥିବାରୁ ତାପମାତ୍ରା ବଢ଼ିବ ।

ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ପାର କରିବ । ଆଜି ୫ ଜିଲ୍ଲା କଟକ, ନୟାଗଡ଼, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରକୁ ହିଟୱେଭ୍ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୬ ତାରିଖରୁ ଅସହ୍ୟ ହେବ ତାତି ଓ ଗୁଳୁଗୁଳି । ୧୬ ରେ ୧୨ ଜିଲ୍ଲା ପାଇଁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ତାରିଖ ଯାଏଁ ତାତିରୁ ନିସ୍ତାର ମିଳିବନି । କାଲି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଥିଲା ପାରଳାଖେମୁଣ୍ଡି । ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୦. ୫ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା । ୨୨ରୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ