Masthead

ଆଜି ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଅଶୋକାଷ୍ଟାମୀ। ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ନିର୍ଦ୍ଧାରିତ ନୀତି ଅନୁଯାୟୀ ମନ୍ଦିର ଦ୍ବାର ଖୋଲା, ମଙ୍ଗଳ ଆଳତି ଓ ଅବକାଶ ପରେ ସାହାଣ ମେଲା ଦର୍ଶନ କରାଯିବ। ଅପରାହ୍ନ ୩ଟା ୩୦ରେ ରଥଟଣା କାର୍ଯ୍ୟ ଆରମ୍ଭ ହେବ । ଏନେଇ କମିଶନରେଟ ପୋଲିସ୍ ଓ ମନ୍ଦିର ପ୍ରଶାସନ ପକ୍ଷରୁ ସବୁପ୍ରକାର ପ୍ରସ୍ତୁତି ସରିଛି । ପୋଲିସ୍ ପକ୍ଷରୁ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍ ଗଠନ କରାଯାଇଛି । ରଥରୋଡ଼ରେ କୌଣସି ଗାଡ଼ି ଯାଇପାରିବନି, ଏହାସହ ମାଉସୀମା’ ଛକରୁ ଗାଡ଼ିକୁ ଡାଇଭର୍ଟ କରାଯିବ ।

ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମୁତୟନ ହେବେ ୧୨ ପ୍ଲାଟୁନ ଫୋର୍ସ, ୨ ଜଣ ଅତିରିକ୍ତ ଡିସିପି, ୬ ଜଣ ଏସପି, ୧୫ ଜଣ ଇନିସପେକ୍ଟର । ଏହାସହ ୫୦ରୁ ଅଧିକ ସବଇନିସପେକ୍ଟର ଓ ଏଏସଆଇ ଏବଂ ଟ୍ରାଫିକ୍ ଅଧିକାରୀ ନିୟୋଜିତ ରହିବେ । ଏହାସହ ଶହେରୁ ଅଧିକ କନେଷ୍ଟବଳ, ହାବିଲଦାର ଓ ହୋମଗାର୍ଡ଼ ସୁରକ୍ଷା ଦାୟିତ୍ୱରେ ରହିବେ । ଖରାକୁ ଦୃଷ୍ଟିରେ ରଖି ପାଣି ସିଞ୍ଚନ ଏବଂ ଆମ୍ବୁଲାନ୍ସ , ଫାଷ୍ଟଏଡର ବ୍ୟବସ୍ଥା କରାଯାଇଛି। ଲୁଟେରାଙ୍କ ଉପରେ ନଜର ରଖିବେ ସାଧା ପୋଷାକଧାରୀ ପୋଲିସ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ