Masthead

ଯାଜପୁର ବସ୍‌ ଦୁର୍ଘଟଣା, ଆଇସିୟୁରେ ଚାଲିଛି ୫ ଜଣଙ୍କ ଚିକିତ୍ସା

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଯାଜପୁର ବସ୍‌ ଦୁର୍ଘଟଣା । ଆଇସିୟୁରେ ଚାଲିଛି ୫ ଜଣଙ୍କ ଚିକିତ୍ସା । ଚିକିତ୍ସା ସମ୍ପର୍କରେ ଏସ୍‌ସିବି କୁଳସଚିବ ଡ.ଅବିନାଶ ରାଉତଙ୍କ ସୂଚନା । ୧୪ ଜଣଙ୍କୁ ଅସ୍ଥିଶଲ୍ୟ ଓ ୫ ଜଣଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି । ଚିକିତ୍ସା ପରେ ୨୭ ଜଣଙ୍କୁ ଡିସଚାର୍ଜ କରାଯାଇଛି । ଦୁର୍ଘଟଣାରେ ଆହତ ୪୬ ଜଣଙ୍କୁ ଏସ୍‌ସିବି ମେଡିକାଲ ଅଣାଯାଇଥିଲା । ଗତକାଲି ଯାଜପୁର ବାରବାଟୀ ଛକ ନିକଟରେ ଓଭରବ୍ରିଜରୁ ତଳକୁ ଖସିପଡ଼ିଥିଲା ଯାତ୍ରୀବାହୀ ବସ୍ । ଭାରସାମ୍ୟ ହରାଇ ବସଟି ପୋଲରୁ ୨୦ ଫୁଟ ତଳକୁ ଖସିପଡ଼ିଥିଲା ।

ପୁରୀରୁ କୋଲକାତା ଯାଉଥିଲା ବସ୍ । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଓ ପ୍ରଶାସନ ପକ୍ଷରୁ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା । ଫସିରହିଥିବା ଲୋକଙ୍କୁ ଉଦ୍ଧାର କରାଯାଇ ଧର୍ମଶାଳା ମେଡିକାଲରେ ଭର୍ତି କରାଯାଇଥିଲା । ସେଠାରେ ୫ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ ମହିଳା, ୪ ଜଣ ପୁରୁଷ ଅଛନ୍ତି।ଦୁର୍ଘଟଣାରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ କଟକ ବଡମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ସେମାନଙ୍କୁ ଆବଶ୍ୟକ ଚିକିତ୍ସା ବ୍ୟବସ୍ଥାକୁ ସୁନିଶ୍ଚିତ କରିଛନ୍ତି ରାଜ୍ୟ ସରକାର । ପ୍ରତି ମୃତକଙ୍କ ପରିବାରକୁ ରାଜ୍ୟ ସରକାର ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି