Masthead

ପାଣି ପାଇଁ ଗ୍ରାମ୍ୟ ଜଳ ଯୋଗାଣ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ମହିଳା

ସୋନପୁର(ବଡ଼ ଖବର ବ୍ୟୁରୋ): ପାଣି ପାଇଁ ପ୍ରଶାସନର ଦ୍ବାରସ୍ଥ ହେଲେ ଶତାଧିକ ମହିଳା । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଝାରବାହାଲୀ ଗାଁର ମହିଳାମାନେ ଆଜି ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଗାଁରେ ଥିବା ନଳକୂପରୁ ପାଣି ବାହାରୁ ନଥିବା ବେଳେ ବାଧ୍ୟ ହୋଇ ପୋଖରୀର ମଇଳା ପାଣି ବ୍ୟବହାର କରୁଛନ୍ତି । ଏହି ପୋଖରୀ ପାଣି ପିଇବା ଦ୍ୱାରା ଗ୍ରାମର ବହୁ ଲୋକଙ୍କ ସ୍ୱାସ୍ଥ୍ୟ ଖରାପ ହେବାର ସମ୍ଭାବନା ଥିବା ଯୋଗୁଁ ଆଜି ବାଧ୍ୟ ହୋଇ ଗାଁର ମହିଳାମାନେ ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ଯଦି ଆଗାମି ଦିନରେ ଗାଁରେ ପିଇବା ପାଣି ସମସ୍ୟାର ସମାଧାନ ନ ହୁଏ ତେବେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି ମହିଳା ମାନେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ