Masthead

ପାଣି ପାଇଁ ଗ୍ରାମ୍ୟ ଜଳ ଯୋଗାଣ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ମହିଳା

ସୋନପୁର(ବଡ଼ ଖବର ବ୍ୟୁରୋ): ପାଣି ପାଇଁ ପ୍ରଶାସନର ଦ୍ବାରସ୍ଥ ହେଲେ ଶତାଧିକ ମହିଳା । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଝାରବାହାଲୀ ଗାଁର ମହିଳାମାନେ ଆଜି ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଗାଁରେ ଥିବା ନଳକୂପରୁ ପାଣି ବାହାରୁ ନଥିବା ବେଳେ ବାଧ୍ୟ ହୋଇ ପୋଖରୀର ମଇଳା ପାଣି ବ୍ୟବହାର କରୁଛନ୍ତି । ଏହି ପୋଖରୀ ପାଣି ପିଇବା ଦ୍ୱାରା ଗ୍ରାମର ବହୁ ଲୋକଙ୍କ ସ୍ୱାସ୍ଥ୍ୟ ଖରାପ ହେବାର ସମ୍ଭାବନା ଥିବା ଯୋଗୁଁ ଆଜି ବାଧ୍ୟ ହୋଇ ଗାଁର ମହିଳାମାନେ ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ଯଦି ଆଗାମି ଦିନରେ ଗାଁରେ ପିଇବା ପାଣି ସମସ୍ୟାର ସମାଧାନ ନ ହୁଏ ତେବେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି ମହିଳା ମାନେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ