Masthead

ପ୍ରକାଶ ପାଇଲା ୟୁପିଏସସି ରେଜଲ୍ଟ, ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ୟୁପିଏସସି ସିଭିଲ୍‌ ସର୍ଭିସେସ୍‌ର ପରୀକ୍ଷାଫଳ । ୨୦୨୩ ଆଇଏଏସ୍‌ ଫଳାଫଳ ଅନୁଯାୟୀ ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ ରହିଛନ୍ତି । ସର୍ବଭାରତୀୟ ପ୍ରଶାସନିକ ପରୀକ୍ଷାରେ ଦ୍ୱିତୀୟ ସ୍ଥାନରେ ରହି ଅନୁଗୁଳ ମାଟିକୁ ଗର୍ବିତ କରିଛନ୍ତି ଅନିମେଶ । ତୃତୀୟ ସ୍ଥାନରେ ଡି.ଅନନ୍ୟା ରେଡ୍ଡୀ, ଚତୁର୍ଥ ସ୍ଥାନରେ ପି. କେ. ସିଦ୍ଧାର୍ଥ ରାମକୁମାର ଅଛନ୍ତି ।

ସେହିପରି ରୁହାନୀ ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି । ଓଡ଼ିଶାରୁ ପରୀକ୍ଷା ଦେଇଥିବା ପ୍ରଜ୍ଞାନନ୍ଦନ ଗିରି ୨୪ ନଂ ରାଙ୍କ ପାଇଥିବାବେଳେ ଆୟୁଷୀ ପ୍ରଧାନ ୩୬ ନଂ ରାଙ୍କ ପାଇଛନ୍ତି । ୬୦ ନଂ ରାଙ୍କରେ ଅଭିମନ୍ୟୁ ମଲ୍ଲିକ, ୧୧୦ ନଂ ରାଙ୍କରେ ଅମ୍ରିତାଂଶୁ ନାୟକ ରହିଛନ୍ତି । ସେହିଭଳି ଜୟଶ୍ରୀ ପ୍ରଧାନ ୫୨ ନଂ ରାଙ୍କରେ ଥିବାବେଳେ ଯଶୋବନ୍ତ ମଲ୍ଲିକ ୧୧୫ ନଂ ଏବଂ ପଦ୍ମନାଭ ମିଶ୍ର ୧୭୬ ନଂ ସ୍ଥାନରେ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ