Masthead

ଶ୍ରୀମନ୍ଦିରରେ ହେବ ଶ୍ରୀରାମଙ୍କ ଜନ୍ମ

ପୁରୀ (ବଡ଼ ଖବର ବ୍ୟୁରୋ): ପବିତ୍ର ଶ୍ରୀରାମ ନବମୀରେ ଶ୍ରୀମନ୍ଦିରରେ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ । ସ୍ୱୟଂ ପ୍ରଭୁ ଶୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ପାଇଁ ଅଷ୍ଟମୀ ଦିନ ଅର୍ଥାତ ଗତକାଲି ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯାଇ ଗର୍ଭ ଉଦକ ଦିଆଯାଇଥିଲା । ଆଜି ଠାକୁରମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହେବ ।

୨ଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ କରିବେ । ଏହି ଗୁପ୍ତନୀତିକୁ କେହି ଯେପରି ଦେଖି ନ ପାରିବେ ସେଥିପାଇଁ ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦକରାଯାଇଥାଏ । ଶ୍ରୀରାମ ଜନ୍ମ ହେବା ପରେ କର୍ପୂର ଆଳତି ବନ୍ଦାପନା ହୋଇ ମହାସୁଆର ଗଣ୍ଡୁସ ମସଲା, କ୍ଷୀର ମଣୋହୀ କରାଯାଏ । ଏହା ପରେ ପଣ୍ଡା ଶୀତଳଭୋଗ କରାଇବା ସହ ମହାସୁଆର ଜୟବିଜୟ ଦ୍ୱାରଠାରେ ଚରୁଭାତ ମଣୋହୀ କରାଇଥାନ୍ତି । ସେପଟେ ଆଜି ପବିତ୍ର ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି ।

ଏଥିପାଇଁ ଆଜି ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ପାଞ୍ଚ ଜଣିଆ ଟିମ କଟକ ଅଭିମୁଖେ ଯାତ୍ରା କରିବେ । କଟକ ଖପୁରିଆ ସ୍ଥିତ ସ ମିଲରେ ଆଜିର ପବିତ୍ର ରାମନବମୀ ତିଥିରେ ମାଳମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାମ ଆରମ୍ଭ ହେବ । ରଥ କାଠ ତତ୍ୱାବଧାରକ ସୁଦର୍ଶନ ମେକାପଙ୍କ ନେତୃତ୍ୱରେ ଏହି ପାଞ୍ଚ ଜଣିଆ ଟିମ କଟକରେ ପହଁଚି ଚିରଟ ପ୍ରକ୍ରିୟାର ଅନୁକୂଳ କରିବେ । ତିନଟି ଧଉରା କାଠକୁ ଆଜିର ଦିନରେ ମାଳ ମହାପ୍ରସାଦ ଲାଗି କରାଯାଇ ଚିରଟ କାମ ଆରମ୍ଭ ହେବ । ଗତ ସରସ୍ବତୀ ପୂଜାରେ ରଥକାଠ ପୂଜାର୍ଚନା କରାଯାଇଥିବା ବେଳେ ଆସନ୍ତା ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହେବାର ପରମ୍ପରା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା