Masthead

ଶ୍ରୀମନ୍ଦିରରେ ହେବ ଶ୍ରୀରାମଙ୍କ ଜନ୍ମ

ପୁରୀ (ବଡ଼ ଖବର ବ୍ୟୁରୋ): ପବିତ୍ର ଶ୍ରୀରାମ ନବମୀରେ ଶ୍ରୀମନ୍ଦିରରେ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ । ସ୍ୱୟଂ ପ୍ରଭୁ ଶୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ପାଇଁ ଅଷ୍ଟମୀ ଦିନ ଅର୍ଥାତ ଗତକାଲି ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯାଇ ଗର୍ଭ ଉଦକ ଦିଆଯାଇଥିଲା । ଆଜି ଠାକୁରମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହେବ ।

୨ଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ କରିବେ । ଏହି ଗୁପ୍ତନୀତିକୁ କେହି ଯେପରି ଦେଖି ନ ପାରିବେ ସେଥିପାଇଁ ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦକରାଯାଇଥାଏ । ଶ୍ରୀରାମ ଜନ୍ମ ହେବା ପରେ କର୍ପୂର ଆଳତି ବନ୍ଦାପନା ହୋଇ ମହାସୁଆର ଗଣ୍ଡୁସ ମସଲା, କ୍ଷୀର ମଣୋହୀ କରାଯାଏ । ଏହା ପରେ ପଣ୍ଡା ଶୀତଳଭୋଗ କରାଇବା ସହ ମହାସୁଆର ଜୟବିଜୟ ଦ୍ୱାରଠାରେ ଚରୁଭାତ ମଣୋହୀ କରାଇଥାନ୍ତି । ସେପଟେ ଆଜି ପବିତ୍ର ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି ।

ଏଥିପାଇଁ ଆଜି ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ପାଞ୍ଚ ଜଣିଆ ଟିମ କଟକ ଅଭିମୁଖେ ଯାତ୍ରା କରିବେ । କଟକ ଖପୁରିଆ ସ୍ଥିତ ସ ମିଲରେ ଆଜିର ପବିତ୍ର ରାମନବମୀ ତିଥିରେ ମାଳମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାମ ଆରମ୍ଭ ହେବ । ରଥ କାଠ ତତ୍ୱାବଧାରକ ସୁଦର୍ଶନ ମେକାପଙ୍କ ନେତୃତ୍ୱରେ ଏହି ପାଞ୍ଚ ଜଣିଆ ଟିମ କଟକରେ ପହଁଚି ଚିରଟ ପ୍ରକ୍ରିୟାର ଅନୁକୂଳ କରିବେ । ତିନଟି ଧଉରା କାଠକୁ ଆଜିର ଦିନରେ ମାଳ ମହାପ୍ରସାଦ ଲାଗି କରାଯାଇ ଚିରଟ କାମ ଆରମ୍ଭ ହେବ । ଗତ ସରସ୍ବତୀ ପୂଜାରେ ରଥକାଠ ପୂଜାର୍ଚନା କରାଯାଇଥିବା ବେଳେ ଆସନ୍ତା ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହେବାର ପରମ୍ପରା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି