Masthead

ସମ୍ବଲପୁର ଓ ରେଢ଼ାଖୋଲରେ ପ୍ରାର୍ଥୀ ପରିବର୍ତ୍ତନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ରେଢ଼ାଖୋଲ ଓ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି । ପୂର୍ବରୁ ବିଧାୟକ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ରୋହିତ ପୂଜାରୀ ପୁନର୍ବାର ରେଢ଼ାଖୋଲ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ । ସେହିପରି ସମ୍ବଲପୁର ବିଧାନସଭା ଆସନରେ ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଜେଡି ପ୍ରାର୍ଥୀ କରିଥିଲା ।

ହେଲେ ସମ୍ବଲପୁରରୁ ପ୍ରାର୍ଥୀ ହେବା ନେଇ ପ୍ରସନ୍ନ ଆଚାର୍ଯ୍ୟ ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଥିଲା। ଆଉ ଏବେ ସମ୍ବଲପୁର ଏବଂ ରେଢାଖୋଲ ଆସନରେ ଦଳ ପକ୍ଷରୁ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ସମ୍ବଲପୁରରୁ ପ୍ରାର୍ଥୀ ହେବା ନେଇ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଅସନ୍ତୁଷ୍ଟ ଥିବା ସୂଚନା ମିଳିଥିଲା। ରୋହିତଙ୍କୁ ପ୍ରସନ୍ନଙ୍କ ଆସନ ଏବଂ ପ୍ରସନ୍ନଙ୍କୁ ରୋହିତଙ୍କ ଆସନରେ ପ୍ରାର୍ଥୀ କରାଯାଇଛି। ପ୍ରସନ୍ନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅବାସ ନବୀନ ନିବାସରେ ପହଞ୍ଚି ନିଜର ଅସନ୍ତୋଷ ବ୍ୟକ୍ତ କରିସାରିଥିଲେ। ଏବେ ବିଜେଡି ପକ୍ଷରୁ ପ୍ରାର୍ଥୀ ଅଦଳବଦଳ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା